Posted inଜାତୀୟ

ଓ୍ବର୍ଲିରୁ ଲଢ଼ିବେ ଆଦିତ୍ୟ

ମୁମ୍ବାଇ,୩୦ା୯: ମହାରାଷ୍ଟ୍ର ବିଧାନସଭା ଲାଗି ଭାଜପା-ଶିବସେନା ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇ ନ ଥିବାବେଳେ ଶିବସେନା ପକ୍ଷରୁ ଟିକେଟ ବଣ୍ଟନ ଆରମ୍ଭ ହୋଇଯାଇଛି। ଦଳର ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ପୁଅ ଆଦିତ୍ୟଙ୍କୁ ମୁମ୍ବାଇର ଓ୍ବର୍ଲି ଆସନରୁ ପ୍ରାର୍ଥୀ କରାଯାଇଛି। ଫଳରେ ନିର୍ବାଚନ ଲଢ଼ିବାରେ ସେ ଠାକ୍‌ରେ ପରିବାରର ପ୍ରଥମ ବ୍ୟକ୍ତି ହେବାକୁ ଯାଉଛନ୍ତି। ରବିବାର ଶିବସେନା ପାଖାପାଖି ୨୦ ଜଣ ପ୍ରାର୍ଥୀଙ୍କୁ ଟିକେଟ ପ୍ରଦାନ କରିଛି। ଅକ୍ଟୋବର ୨୧ରେ ମହାରାଷ୍ଟ୍ର ନିର୍ବାଚନ ହେବାକୁ ଯାଉଥିଲା ବେଳେ ଦୁଇଦଳର ନେତୃତ୍ୱ ଆସନ ଭାଗବଣ୍ଟା ନେଇ ଆଲୋଚନା ଜାରି ରଖିଛନ୍ତି। ରବିବାର ନୂଆଦିଲ୍ଲୀରେ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ଶିବସେନା ସହ ଆସନ ବୁଝାମଣା ଖୁବ୍‌ଶୀଘ୍ର ଚୂଡାନ୍ତ ହେବ ବୋଲି ଦଳ ପକ୍ଷରୁ କୁହାଯାଇଛି। ବୈଠକରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ଅଧ୍ୟକ୍ଷତା କରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କାର୍ଯ୍ୟକାରୀ ସଭାପତି ଜେ.ପି. ନଡ୍ଡା, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ, ରାଜ୍ୟ ଭାଜପା ସଭାପତି ଚନ୍ଦ୍ରକାନ୍ତ ପାଟିଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri