Posted inଜାତୀୟ

ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ବିଧାୟକ ଦଳର ନେତା ନିର୍ବାଚିତ

ଅମରାବତୀ,୨୫ା୫: ଓ୍ବାଇଏସ୍‌ଆର୍‌ କଂଗ୍ରେସ ସଭାପତି (YSRCP) ୱାଇଏସ୍‌ ଜଗନ ମୋହନ ରେଡ୍ଡୀ ଶନିବାର ସର୍ବସମ୍ମତିକ୍ରମେ ଆନ୍ଧ୍ରପ୍ରଦେଶ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ତାଡ଼େପଲ୍ଲୀସ୍ଥିତ ଦଳୀୟ ରାଜ୍ୟ ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ଦଳର ବରିଷ୍ଠ ନେତା ବୋତ୍ସା ସତ୍ୟନାରାୟଣ ବିଧାୟକ ଦଳର ନେତା ଭାବେ ଜଗନମୋହନ ରେଡ୍ଡୀଙ୍କ ନାମ ପ୍ରସ୍ତାବ ଦେଇଥିଲେ। ତେବେ ସର୍ବସମ୍ମତି କ୍ରମେ ଦଳର ନବ ନିର୍ବାଚିତ ସମସ୍ତ ବିଧାୟକ ତାଙ୍କୁ ନେତା ଭାବେ ନିର୍ବାଚିତ କରିଛନ୍ତି। ଆନ୍ଧ୍ରପ୍ରଦେଶ ବିିଧାନସଭା ନିର୍ବାଚନରେ ୧୭୫ ସିଟ୍‌ରୁ ଜଗନମୋହନଙ୍କ ଦଳ ୧୫୧ଟି ସିଟ୍‌ ଦଖଲ କରିଛି। ଦଳର ବିଧାୟକମାନଙ୍କ ତାଲିକା ଦାଖଲ ପରେ ସରକାର ଗଠନ ପାଇଁ ସେ ଦାବି ଉପସ୍ଥାପନ କରିବେ। ପ୍ରକାଶ ଯେ, ଓ୍ବାଇଏସ୍‌ଆର କଂଗ୍ରେସ ଅଧ୍ୟକ୍ଷ ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ରାଜଶେଖର ରେଡ୍ଡୀଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri