ଓ୍ବାଜିଦ୍‌‌ଙ୍କ ମା’ଙ୍କୁ କରୋନା

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍‌ ସଙ୍ଗୀତ ଜଗତ। ମାତ୍ର ୪୨ ବର୍ଷ ବୟସରେ ଓ୍ବାଜିଦ୍‌ଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରିନାହିଁ ବଲିଉଡ୍‌। ଅନେକ ଷ୍ଟାର ତାଙ୍କ ମୃତ୍ୟୁ ଶୋକ ପ୍ରକାଶ କରିଛନ୍ତି। ଗତ କିଛିଦିନ ହେବ ସେ କିଡ୍‌ନୀ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଏହାସହ ସେ କରୋନାରେ ମଧ୍ୟ ଆକ୍ରାନ୍ତ ଥିଲେ। ହସ୍ପିଟାଲରେ ଥିବା ସମୟରେ ତାଙ୍କ ମା’ ରାଜିନା ମଧ୍ୟ ତାଙ୍କ ସହ ଆସିଥିଲେ। ଏହି ସମୟରେ ଅନ୍ୟ କୌଣସି ରୋଗୀଙ୍କ ସଂସ୍ପର୍ଶରେ ଆସି ତାଙ୍କୁ ମଧ୍ୟ କରୋନା ହୋଇଥିବାର କୁହାଯାଉଛି। ସେ ଏବେ ମୁମ୍ବାଇର ସୁରାଣା ସେଠିୟା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ କରୋନା ହୋଇଥିବାରୁ ପୁଅର ମୃତ୍ୟୁ ଖବର ତାଙ୍କୁ ପରିବାର ଲୋକେ ଜଣାଇନାହାନ୍ତି। ସୂଚନାଯୋଗ୍ୟ, ଓ୍ବାଜିଦ୍‌ ନିଜ ଭାଇ ସାଜିଦଙ୍କ ସହ ମିଶି ବଲିଉଡ୍‌ରେ ଅନେକ ଲୋକପ୍ରିୟ ସଙ୍ଗୀତର ନିର୍ଦ୍ଦେଶନା ଦେଇଥିଲେ। ଅଭିନେତା ସଲମାନ ଖାନ୍‌ଙ୍କ ସେ ଅତି ପ୍ରିୟ ଯୋଡି ଥିଲେ। ୧୯୯୮ରେ ସେ ସଲମାନଙ୍କ ଫିଲ୍ମ ପ୍ୟାର୍‌ କିୟା ତୋ ଡର୍‌ନା କିୟାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।ଏହାପରେ କଣ୍ଠଶିଳ୍ପୀ ସୋନୁ ନିଗମଙ୍କ ଏକ ଆଲବମ୍‌ରେ ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଥିଲେ। ଏହି ଆଲବମ୍‌ର ଗୀତ ଅବ୍‌ ମୁଝେ ରାତ୍‌ ଦିନ୍‌.., ଇସ୍‌ କଦର୍‌ ପ୍ୟାର୍‌ ହୈ ଗୀତଗୁଡିକ ବେଶ୍‌ ଲୋକପ୍ରିୟ ହୋଇଥିଲା। ସାଜିଦ୍‌-ଓ୍ବାଜିଦ୍‌ ଯୋଡି ନାମରେ ବଲିଉଡରେ ପରିଚିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri