Posted inଖେଳ

ଓ୍ବାଟଲିଂଙ୍କ ଲଢୁଆ ଅର୍ଦ୍ଧଶତକ

ଗାଲେ, ୧୬ା୮ (ଏଏଫ୍‌ପି)- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ କ୍ରିକେଟରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି.ଜେ. ଓ୍ବାଟଲିଂଙ୍କ ଲଢୁଆ ଅପରାଜିତ ଅର୍ଦ୍ଧଶତକ ହାସଲ କରିଛନ୍ତି। ଫଳରେ ଭ୍ରମଣକାରୀ ଦଳର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୭୭ ରନ ଅଗ୍ରଣୀ ଲାଭ କରିଛି। ପ୍ରଥମ ଇନିଂସରେ ଶ୍ରୀଲଙ୍କାଠରୁ ୧୮ ରନରେ ପଛୁଆ ଥିବା ଶ୍ରୀଲଙ୍କା ଶୁକ୍ରବାର ଏହାର ଦ୍ୱିତୀୟ ଇନିଂସରେ ୭ ଉଇକେଟ ବିନିମୟରେ ୧୯୫ ରନ କରିଛି। ନ୍ୟୁଜିଲାଣ୍ଡ ୨୦୦ ପାଖାପାଖି ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିପାରିଲେ ଘରୋଇ ଦଳ ପାଇଁ କଷ୍ଟସାଧ୍ୟ ସାବ୍ୟସ୍ତ ହୋଇ ପାରେ। ଗାଲେ ଟେଷ୍ଟରେ ବେଲିଂରେ ସ୍ପିନରମାନେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ମ୍ୟାଚ ଶେଷ ଆଡକୁ ସେମାନେ ଅଧିକ ବିପଜ୍ଜନକ ହୋଇ ପାରନ୍ତି। ଏହି ମ୍ୟାଚରେ ଦୁଇ ଦଳ ମଧ୍ୟରେ କଡ଼ା ଟକ୍କର ଚାଲିଛି। ଓ୍ବାଟଲିଂଙ୍କ ଅପରାଜିତ ୬୩ ରନ ଭ୍ରମଣକରୀ ଦଳକୁ ଫାଇଦାରେ ରଖିଛି।
ନ୍ୟୁଜିଲାଣ୍ଡ ଏକଦା ୨୫ ରନରେ ୩ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଟପ୍‌ ବ୍ୟାଟ୍ସମ୍ୟାନ ରସ୍‌ ଟେଲର (୩) ଏବଂ କେନ୍‌ ଓ୍ବାଲିୟମସନ (୪) ଶୀଘ୍ର ଆଉଟ୍‌ ହୋଇଥିଲେ। ୧୨୪ ସ୍କୋରରେ ଦଳ ୬ଜଣ ବ୍ୟାଟ୍ସମ୍ୟାନଙ୍କୁ ହରାଇ ସାରିଥିଲା। କିନ୍ତୁ ଓ୍ବାଟଲିଂ ଏବଂ ଟିମ୍‌ ସୌଦି (୨୩) ପାର୍ଟନରଶିପ୍‌ରେ ମହତ୍ତ୍ୱପୂର୍ଣ୍ଣ ୫୪ରନ ଯୋଗ କରି ଦଳ ପାଇଁ ସମ୍ଭାବନା ସୃଷ୍ଟି କରିଛନ୍ତି।
ସଂକ୍ଷିପ୍ତ ସ୍କୋର
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ:୨୪୯
ଶ୍ରୀଲଙ୍କା ପ୍ରଥମ ଇନିଂସ: ୨୬୭
ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ: ୧୯୫/୭
(ବି.ଜେ. ଓ୍ବାଟଲିଂ-୬୩*, ଟମ୍‌ ଲଥାମ୍‌-୪୫, ହେନ୍‌ରି ନିକୋଲାସ-୨୬, ଟିମ୍‌ ସୌଦି-୨୩, ଲସିଥ ଏମ୍ବୁଲଡେନିୟା-୪/୭୧, ଧନଞ୍ଜୟ ଡି’ସି୍‌ଲଭା-୨/୧୬)।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri