Posted inଖେଳ

ଓ୍ବାଡା ଗାଇଡ୍‌ଲାଇନ୍‌ ଜାରି

ମଣ୍ଟ୍ରିଲ, ୨୨ା୩ (ଏଏଫ୍‌ପି)-କରୋନା ଭାଇରସ୍‌ ଜନିତ ସମସ୍ୟା କାରଣରୁ ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ପକ୍ଷରୁ ନୂଆ ଗାଇଡ୍‌ ଲାଇନ୍‌ ଜାରି କରାଯାଇଛି। ବିଶେଷ କରି ୨୦୨୦ ଟୋକିଓ ଅଲିମ୍ପିକ ଓ ପାରା ଅଲିମ୍ପିକ ଗେମ୍ସରେ ଭାଗ ନେବାକୁ ଥିବା ଆଥଲେଟ୍‌ ମାନଙ୍କର ଯେପରି ଡୋପ୍‌ ଟେଷ୍ଟ ହୋଇ ପାରିବ ସେ ନେଇ ସ୍ଥାନୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହଯୋଗ ଲୋଡାଯାଇଛି। ଆଥଲେଟ୍‌ ଓ ଡୋପିଂ କଣ୍ଟ୍ରୋଲ କର୍ମଚାରୀଙ୍କୁ ସୁରକ୍ଷିତ ସ୍ଥାନ ଏବଂ ଅବାଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ କୁହାଯାଇଛି। ଆଥଲେଟଙ୍କ ନିକଟରେ କରୋନା ଭାଇରସ ଆକ୍ରାନ୍ତର କୌଣସି ଲକ୍ଷଣ ସୂଚନା ମିଳୁଥିଲେ ସାମ୍ପଲ ସଂଗ୍ରହକାରୀଙ୍କୁ ତୁରନ୍ତ ଜଣାଇବା ଉଚିତ୍‌। ଯେଉଁ ଆଥଲେଟଙ୍କ ଡାକ୍ତରୀ ପରୀକ୍ଷା ହେବ ସେ ସମ୍ପର୍କିତ ଖବର ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ଅବଗତ କରିବାକୁ ହେବ ବୋଲି ଓ୍ବାଡା କହିଛି। କାର୍ଯ୍ୟସ୍ଥଳକୁ ସଂକ୍ରମଣମୁକ୍ତ କରାଯିବା ଦରକାର। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ମାସ୍କ ବ୍ୟବହାରକୁ ଗୁରୁତ୍ୱ ଦିଆଯାଇଛି। ଯଦି କୌଣସି ସ୍ଥାନରେ ଟେଷ୍ଟିଂ ପ୍ରୋଗ୍ରାମ ଜାରି ରଖିବା ଅସମ୍ଭବ ମନେ ହୁଏ ଏକ୍ଷେତ୍ରରେ ଅନ୍ୟ ଆଣ୍ଟି ଡୋପିଂ ସଂଗଠନ ଓ କ୍ରୀଡ଼ା ମହାସଂଘଗୁଡ଼ିକ ଏକତ୍ର କାର୍ଯ୍ୟ କରିବା ଉଚିତ ବୋଲି ଓ୍ବାଡା ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri