ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନରେ ସାମିଲ ହେଲା ଓଡ଼ିଶା

ଭୁବନେଶ୍ୱର,୨।୬(ବ୍ୟୁରୋ): ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନରେ ଓଡ଼ିଶା ସାମିଲ ହେଲା। ସିକିମ, ମିଜୋରାମ ସହିତ ଓଡ଼ିଶାକୁ କେନ୍ଦ୍ର ସରକାର ଇଣ୍ଟିଗ୍ରେଟ୍‌ ମ୍ୟାନେଜମେଣ୍ଟ ଅଫ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ (ଆଇଏମ୍‌-ପିଡିଏସ୍‌)ସ୍କିମ୍‌ରେ ସାମିଲ କରିଛନ୍ତି। ଏ ନେଇ ସୋମବାର କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ରାମ ବିଳାସ ପାଶଓ୍ବାନ ଘୋଷଣା କରିଛନ୍ତି। ଏହାଦ୍ୱାରା ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ(ଏନ୍‌ଏଫ୍‌ଏସ୍‌ଏ)ରେ ସାମିଲ ଥିବା ହିତାଧିକାରୀ ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ ଯୋଜନାରେ ନିଜର ଖାଦ୍ୟ ସାମଗ୍ରୀ ଦେଶର ଯେକୌଣସି ସ୍ଥାନରୁ ନେଇ ପାରିବେ। ହିତାଧିକାରୀଙ୍କର ଆଧାର କାର୍ଡକୁ ଲିଙ୍କ କରିବା ପରେ ଇ-ପିଓଏସ୍‌ ଜରିଆରେ ନିଜର ଖାଦ୍ୟସାମଗ୍ରୀ ନେଇ ପାରିବେ। ଏହି ସୁବିଧା ବର୍ତ୍ତମାନ ୨୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଉପଲବ୍ଧ ହୋଇପାରିବ।
ରାଜ୍ୟ ସରକାର ୨୦୧୯ ସେପ୍ଟେମ୍ବରରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ ପରୀକ୍ଷାମୂଳକ ଭାବେ ରାଜ୍ୟ ଭିତରେ ପୋର୍ଟେବିଲିଟି ଆରମ୍ଭ କରିଥିଲେ। ସହରରେ ଥିବା ୨ ଲକ୍ଷ ରାଶନ କାର୍ଡକୁ ଆଧାର ସଂଯୋଗ କରାଯାଇଥିଲା। ବିଏମ୍‌ସି ଅଞ୍ଚଳରେ ଥିବା ୧୧୭ଟି ସାଧାରଣ ବଣ୍ଟନ କେନ୍ଦ୍ର (ପିଡିଏସ୍‌)ଗୁଡିକୁ ଅନ୍‌ଲାଇନ କରାଯାଇ ଖାଦ୍ୟଶସ୍ୟ ବଣ୍ଟନ କରାଯାଇଥିଲା। ଏହା ସଫଳ ହୋଇଛି। ବିଏମ୍‌ସିର ରାଶନକାର୍ଡ ତାଲିକାକୁ ସିକିମ ସହ ଲିଙ୍କ୍‌ କରାଯାଇ ପରୀକ୍ଷା କରାଯାଇଛି। ଏହା ସଫଳ ହୋଇଛି। ବିଏମ୍‌ସି ଏନ୍‌ଏଫ୍‌ଏସ୍‌ଏ ହିତାଧିକାରୀ ଦେଶର ଯେକୌଣସି ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳରୁ ରାଶନ ନେଇପାରିବେ। ଆଗାମୀ ଦିନରେ ଆଉ ଦୁଇ ତିନି ଥର ଏଭଳି ପରୀକ୍ଷା କରାଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ବିଏମ୍‌ସିରେ ଅନ୍‌ଲାଇନ ଖାଦ୍ୟଶସ୍ୟ ବଣ୍ଟନ ସଫଳ ହେବା ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ୧୧୩ଟି ସହରାଞ୍ଚଳରେ ଏହି ବ୍ୟବସ୍ଥା ଆରମ୍ଭ କରାଯାଇଛି। ସହରାଞ୍ଚଳଗୁଡ଼ିକର ଡାଟା ସଂଯୋଗ ହେବା ପରେ ଗ୍ରାମାଞ୍ଚଳକୁ ଅନ୍ତର୍ଭୁକ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri