ଓ୍ବାର୍ଡ ରାସ୍ତାରେ ଆବର୍ଜନା ପାଣି

ଭୁବନ,୧୫ା୧୦ (ଡି.ଏନ.ଏ)

ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୯ ଓ ୧୦ ନମ୍ବର ୱାର୍ଡ ମଧ୍ୟରେ ଯାଇଥିବା ମୁଖ୍ୟ ରାସ୍ତା ଉପରେ ଆବର୍ଜନା ପାଣି ମାଡୁଛି। ଏହା ଜମି ରହି ଦୁର୍ଗନ୍ଧ ହେଉଥିବାରୁ ଓ୍ବାର୍ଡବାସୀ ହଇରାଣ ହେଉଛନ୍ତି। ଦୀର୍ଘ ୩ ମାସ ହେଲା ଏପରି ପଚାଶଢା ପାଣି ଜମୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଦୃଷ୍ଟି ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବାସିନ୍ଦାଙ୍କ କହିବା ମୁତାବକ, ଏହି ରାସ୍ତାଟି ଭୁବନ ଏନ୍‌ଏସିର ପ୍ରମୁଖ ରାସ୍ତା। ଭୁବନ ଅଞ୍ଚଳରେ ପାଳନ କରାଯାଉଥିବା ସମସ୍ତ ପର୍ବପର୍ବାଣୀ ଓ ଭସାଣି ଉତ୍ସବ ଏହି ରାସ୍ତା ଦେଇ କରାଯାଇଥାଏ ା ହେଲେ ୩ ମାସ ପୂର୍ବରୁ ଅଧା ଡ୍ରେନ୍‌ ନିର୍ମାଣ କରାଯାଇଥିବାବେଳେ ଆଉ ପ୍ରାୟ ୧୫ ମିଟର ଡ୍ରେନ୍‌ ନିର୍ମାଣକୁ କେତେଜଣ ବ୍ୟକ୍ତି ବିରୋଧ କରିଛନ୍ତି ା ଡ୍ରେନ୍‌ଟି ଅର୍ଦ୍ଧନିର୍ମିତ ଅବସ୍ଥାରେ ଥିବାରୁ ଆବର୍ଜନା ପାଣି ରାସ୍ତା ଉପରେ ବୋହୁଛି। ଏ ନେଇ ଏନ୍‌ଏସି କର୍ତ୍ତୃପକ୍ଷ, ତହସିଲଦାର, ଥାନା ଅଧିକାରୀ, ଉପଜିଲାପାଳ ଓ ଜିଲାପାଳଙ୍କ ନିକଟରେ ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ସୋମବାର ୱାର୍ଡବାସୀଙ୍କ ପକ୍ଷରୁ ଏକ ବୈଠକ ବସିଥିଲା। ୭ ଦିନ ମଧ୍ୟରେ ଏହାର ସମାଧାନ କରା ନ ଗଲେ ଏନଏସି କାର୍ଯ୍ୟାଳୟରେ ତାଲା ପକାଇ ଆନ୍ଦୋଳନ କରାଯିବ ବୋଲି ବୈଠକରେ ଉପସ୍ଥିତ ଯୁଗଳ ପୃଷ୍ଟି, ସତ୍ୟାନନ୍ଦ ପୃଷ୍ଟି, ରମେଶ ପୃଷ୍ଟି, କୋଦଣ୍ଡଧର ସାହୁ, ରମେଶ ଚନ୍ଦ୍ର ମହାରଣା ପ୍ରମୁଖ ଚେତାବନୀ ଦେଇଛନ୍ତି। ଭୁବନ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ଏ ସଂକ୍ରାନ୍ତରେ କୁହନ୍ତି, ଅଭିଯୋଗ ପାଇଛୁ ା ଶୀଘ୍ର ଏହାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri