Posted inଖେଳ

ଓ୍ବାର୍ନରଙ୍କ ଉପରକୁ ସ୍ୟାଣ୍ଡ ପେପର ପକାଇଲେ ଦର୍ଶକ

ବର୍ମିଂହାମ,୨।୮- ଏଠାରେ ଚାଲିଥିବା ପ୍ରଥମ ଆଶେସ ଟେଷ୍ଟରେ ଏକ ଅଭାବନୀୟ ଘଟଣା ଘଟିଛି। ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର ଆଉଟ୍‌ ହେବା ପରେ ଷ୍ଟାଡିୟମରେ ଉପସ୍ଥିତ ଦର୍ଶକ ସ୍ୟାଣ୍ଡ ପେପର ଉଡ଼ାଇ ଉତ୍ସବ ମନାଇଥିଲେ। ଅଷ୍ଟ୍ରେଲିଆନ ଓପନର ୨ ରନ୍‌ କରିଥିବାବେଳେ ଷ୍ଟୁଆର୍ଟ ବ୍ରଡଙ୍କ ବଲରେ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ। ଓ୍ବାର୍ନର ପ୍ୟାଭିଲିଅନ ଫେରୁଥିବାବେଳେ ଦର୍ଶକେ ଛିଡ଼ା ହୋଇ ହଳଦିଆ ରଙ୍ଗର ସ୍ୟାଣ୍ଡ ପେପର ପକାଇଥିଲେ। ଏହାର ଏକ ଭିଡ଼ିଓ ଇଂଲଣ୍ଡ କ୍ରିକେଟ ପକ୍ଷରୁ ଟୁଇଟରରେ ଶେୟାର କରାଯାଇଛି। ଉଲ୍ଲେଖଥାଉ କି, ଗତବର୍ଷ କେପଟାଉନ ଟେଷ୍ଟରେ ଓ୍ବାର୍ନରଙ୍କ ସହ ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ ଓ କାମେରୋନ ବାନକ୍ରାଫ୍ଟ ସ୍ୟାଣ୍ଡ ପେପର ଦ୍ୱାରା ବଲ ଟାମ୍ପରିଂ କରିଥିଲେ। ଏଥିନେଇ ଓ୍ବାର୍ନର ଓ ସ୍ମିଥଙ୍କୁ ଏକବର୍ଷ ଓ ବାନକ୍ରାଫ୍ଟଙ୍କୁ ୯ ମାସ ପାଇଁ ବାସନ୍ଦ କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri