Posted inଖେଳ

ଓ୍ବାର୍ନର ସନରାଇଜର୍ସ ହାଇଦ୍ରାବାଦ ଦଳର ଅଧିନାୟକ

ମୁମ୍ବାଇ,୨୭ା୨- ଆଇପିଏଲ ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱରେ ପରିବର୍ତ୍ତନ କରିଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲୟମସନଙ୍କୁ ହଟାଇ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ପୁଣି ଥରେ ଦଳର ଅଧିନାୟକ ଦାୟିତ୍ୱ ଦେଇଛି। ତାଙ୍କ ନେତୃତ୍ୱରେ ଦଳ ୨୦୧୬ ସଂସ୍କରଣରେ ଆଇପିଏଲ ଚାମ୍ପିୟନ ହୋଇଥିଲା। ବଲ ଟାମ୍ପରିଂ ପାଇଁ ବାସନ୍ଦ ହେବାରୁ ସେ ୨୦୧୮ ସିଜନରେ ଖେଳିପାରି ନ ଥିଲେ। ସେ ଗତବର୍ଷ ଆଇପିଏଲକୁ ଫେରିଥିଲେ। କିନ୍ତୁ ଓ୍ବିଲିୟମସନ ଦଳର ପ୍ରଥମ ପସନ୍ଦ ଅଧିନାୟକ ଥିଲେ। ଭୁବନେଶ୍ୱର କୁମାର ଉପଅଧିନାୟକ ଦାୟିତ୍ୱ ତୁଲାଇଥିଲେ। ଆଇପିଏଲ ୨୦୨୦ ପାଇଁ ମୋତେ ଅଧିନାୟକ ହେବାର ଗୁରୁଦାୟିତ୍ୱ ମିଳିଥିବାରୁ ମୁଁ ଉତ୍ସାହିତ। ପୁଣି ଥରେ ସୁଯୋଗ ମିଳିଥିବାରୁ ମୁଁ ବହୁତ ଖୁସି। ଗତ ଦୁଇ ବର୍ଷ ହେଲା ଦଳକୁ ସମ୍ଭାଳୁଥିବାରୁ ଭୁବି ଓ ଓ୍ବିଲିୟମସନଙ୍କୁ ଧନ୍ୟବାଦ ଦେଉଛି। ଚଳିତବର୍ଷ ଆଇପିଏଲ ଟ୍ରଫି ହାତେଇବା ଲାଗି ମୁଁ ଯଥା ସାମର୍ଥ୍ୟ ଉଦ୍ୟମ କରିବି ବୋଲି ଓ୍ବାର୍ନର କହିଛନ୍ତି। ଫ୍ରାଞ୍ଚାଇଜ ସହ ୨୦୧୪ରେ ଯୋଡ଼ିହେବା ପରଠାରୁ ଓ୍ବାର୍ନର ଭଲ ପ୍ରଦର୍ଶନ କରିଆସୁଛନ୍ତି। ସେବେଠାରୁ ବାମହାତୀ ଅଷ୍ଟ୍ରେଲିଆନ ଓପନର ୨୦୧୫, ୨୦୧୭ ଓ ୨୦୧୯ରେ ଅରେଞ୍ଜ କ୍ୟାପ ଅଧିକାର କରିଛନ୍ତି। ସେ ୧୨୬ ମ୍ୟାଚ୍‌ ଖେଳି ୪୭୦୬ ରନ୍‌ ସହ ଆଇପିଏଲରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଚତୁର୍ଥ ସ୍ଥାନରେ ଅଛନ୍ତି। ଏହି ତାଲିକାରେ ବିରାଟ କୋହଲି, ସୁରେଶ ରାଇନା ଓ ରୋହିତ ଶର୍ମା ଟପ୍‌ ୩ରେ ରହିଛନ୍ତି। ସନରାଇଜର୍ସ ଦଳ ଏପ୍ରିଲ ୧ ତାରିଖରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ରେ ଆଇପିଏଲ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri