Posted inଖେଳ

ଓ୍ବିମ୍ବେଲଡନ କ୍ୱାଲିଫାୟର୍ସ: ଦ୍ୱିତୀୟ ରାଉଣ୍ଡରୁ ରାମକୁମାରଙ୍କ ବିଦାୟ

ଲଣ୍ଡନ, ୨୬ା୬ (ପି.ଟି.): ଭାରତର ରାମକୁମାର ରମାନାଥନ ଏକ ଗ୍ରାଣ୍ଡସ୍ଲାମ ମୁଖ୍ୟ ଡ୍ର’ରେ ପ୍ରବେଶ କରିବାରେ ପୁଣି ବିଫଳ ହୋଇଛନ୍ତି। ଓ୍ବିମ୍ବେଲଡନ ଚାମ୍ପିୟନଶିପ୍‌ ପାଇଁ ପୁରୁଷ ସିଙ୍ଗଲ୍ସ କ୍ୱାଲିଫାଇଙ୍ଗ ଦ୍ୱିତୀୟ ରାଉଣ୍ଡରେ ସେ ପୋଲାଣ୍ଡର କାମିଲ ମାଜକ୍ରାଜାକ୍‌ଙ୍କଠାରୁ ହାରିଯାଇଛନ୍ତି। ଅଣସିଡ୍‌ ଭାରତୀୟ ୧୧ତମ ସିଡ୍‌ ତଥା ବିଶ୍ୱର ୧୧୧ତମ ମାନ୍ୟତାପ୍ରାପ୍ତ ଖେଳାଳିଙ୍କଠାରୁ ୬-୭ (୫) ୩-୬ ସେଟ୍‌ରେ ପରାସ୍ତ ହୋଇଯାଇଛନ୍ତି। ମ୍ୟାଚରେ ରାମକୁମାର ଗୋଟିଏ ହେଲେ ବ୍ରେକ୍‌ ପଏଣ୍ଟ ପାଇ ନ ଥିବାବେଳେ ତାଙ୍କ ପ୍ରତିପକ୍ଷ ୭ ସୁଯୋଗରୁ ଦୁଇଟି ପରୁପାନ୍ତରିତ କରିବାରେ ସମର୍ଥ ହୋଇଥିଲେ। ଚେନ୍ନାଇର ୨୪ ବର୍ଷୀୟ ରାମ କୁମାର ବର୍ତ୍ତମାନ ବିଶ୍ୱ ର଼୍ୟାଙ୍କିଙ୍ଗରେ ୧୫୪ତମ ସ୍ଥାନରେ ଅଛନ୍ତି। ୨୦୧୫ଠାରୁ ଏକ ଗ୍ରାଣ୍ଡସ୍ଲାମ ମୁଖ୍ୟ ଡ୍ର ପାଇଁ ଯୋଗ୍ୟତା ହାସଲ କରିବା ଲାଗି ସେ ଉଦ୍ୟମ ଚଳାଇଆସିଛନ୍ତି। କିନ୍ତୁ ସେ ସଫଳ ହୋଇ ପାରୁନାହାନ୍ତି। ୨୦୧୮ରେ ସେ ମୁଖ୍ୟ ଡ୍ର ନିକଟତର ହୋଇ ପାରିଥିଲେ। ଅଷ୍ଟ୍ରେଲିଆନ ଓପନରେ ସେ ତୃତୀୟ ଓ ଫାଇନାଲ କ୍ୱାଲିଫାଇଙ୍ଗ ରାଉଣ୍ଡରେ ପ୍ରବେଶ କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri