Posted inଖେଳ

ଓ୍ବେଟରଙ୍କୁ ଖୋଜୁଛନ୍ତି ସଚିନ

ଚେନ୍ନାଇ,୧୫।୧୨- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଚେନ୍ନାଇର ଏକ ହୋଟେଲର ଜଣେ ଓ୍ବେଟରଙ୍କୁ ଖୋଜୁଛନ୍ତି। ୨୪ ବର୍ଷର ଲମ୍ବା କ୍ୟାରିୟରରେ ଏଲବୋ ଗାର୍ଡ ବ୍ୟବହାର ଯୋଗୁ ତାଙ୍କ ବ୍ୟାଟ୍‌ ସୁଇଙ୍ଗ ପ୍ରଭାବିତ ହୋଇଥିଲା। ଏଥିଯୋଗୁ ସେ ଚିନ୍ତିତ ଥିଲେ। ଏ ସମ୍ପର୍କରେ ଜଣେ ଓ୍ବେଟରଙ୍କ ପରାମର୍ଶ ସଚିନଙ୍କ ପାଇଁ ଫାଇଦା ଆଣି ଦେଇଥିଲା। ଓ୍ବେଟରଙ୍କ ପରାମର୍ଶକ୍ରମେ ସେ ଏଲବୋ ଗାର୍ଡରେ ପରିବର୍ତ୍ତନ କରିଥିଲେ। ଉକ୍ତ ଓ୍ବେଟରଙ୍କୁ ପୁଣି ଥରେ ଭେଟିବା ପାଇଁ ସଚିନ ଇଚ୍ଛା ପ୍ରକଟ କରି ଏକ ଭିଡିଓ ଶେୟାର କରିଛନ୍ତି। ଏକ ଟେଷ୍ଟ ସିରିଜ୍‌ବେଳେ ମୁଁ ଚେନ୍ନାଇର ତାଜ୍‌ କରୋମଣ୍ଡେଲ ହୋଟେଲର ଜଣେ ଷ୍ଟାଫଙ୍କୁ ଭେଟିଥିଲି। ତାଙ୍କ ସହ ମୋ ଏଲବୋ ଗାର୍ଡ ସମ୍ପର୍କରେ ଆଲୋଚନା ହେବା ପରେ ଏଥିରେ ପରିବର୍ତ୍ତନ କରିଥିଲି। ମୁଁ ଜାଣି ନାହିଁ ସେ ଏବେ କେଉଁଠାରେ। ତାଙ୍କ ସହ ଆଉ ଥରେ ଭେଟ ହେଲେ ତାହା ମୋ ପାଇଁ ସ୍ମରଣୀୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?