Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳ ଘୋଷିତ

ପୋର୍ଟ ଅଫ୍‌ ସ୍ପେନ,୧୦।୮- ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ଶନିବାର ଜାସନ ହୋଲ୍ଡରଙ୍କ ନେତୃତ୍ୱରେ ୧୩ ଜଣିଆ ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷଣା କରାଯାଇଛି। ଇଂଲଣ୍ଡକୁ ୨-୧ ବ୍ୟବଧାନରେ ପରାସ୍ତ କରିଥିବା ଓ୍ବେଷ୍ଟଇଣ୍ଡିଜ ଦଳରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଦ୍ରୁତ ବୋଲର ଆଲଜେରି ଜୋସେଫ ଓ ବାମହାତୀ ସ୍ପିନର ଜୋମେଲ ଓ୍ବାରିକାନ ଆହତ ସମସ୍ୟା ଯୋଗୁ ଦଳରୁ ବଦ୍‌ ପଡ଼ିଛନ୍ତି। ଏଥିଯୋଗୁ ସ୍ପିନ ଅଲରାଉଣ୍ଡର ରକିମ କର୍ନଓ୍ବାଲ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିବାକୁ ସୁଯୋଗ ମିଳିଛି। ୫ ବର୍ଷ ତଳେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବା ଆରମ୍ଭ କରିଥିବା ସ୍ପିନର ଏପର୍ଯ୍ୟନ୍ତ ୨୬୦ ଉଇକେଟ ନେଇ ସାରିଛନ୍ତି। ଆଉ ବ୍ୟାଟିଂରେ ୫୫ ଇନିଂସରେ ଗୋଟିଏ ଶତକ ସହ ୧୩ ଅର୍ଦ୍ଧଶତକ ଲଗାଇଛନ୍ତି। ଏଭଳି ପ୍ରଦର୍ଶନ ଯୋଗୁ ତାଙ୍କୁ ଜାତୀୟ ଦଳରେ ସୁଯୋଗ ଦିଆଯାଇଛି। ଓ୍ବେଷ୍ଟଇଣ୍ଡିଜ ଏ’ ଦଳର ଅଧିନାୟକ ଶାମାର୍ହ ବ୍ରୁକ୍ସଙ୍କୁ ମଧ୍ୟ ଦଳରେ ସ୍ଥାନ ମିଳିଛି।
ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳ: ଜାସନ ହୋଲ୍ଡର (ଅଧିନାୟକ), କ୍ରେଗ ବ୍ରାଥଓ୍ବେଟ, ଡାରେନ ବ୍ରାଭୋ, ଶାମାର୍ହ ବ୍ରୁକ୍ସ, ଜନ କାମ୍ପବେଲ, ରଷ୍ଟୋନ ଚେଜ, ରକିମ କର୍ନଓ୍ବାଲ, ଶାନେ ଡଓ୍ବିଚ, ଶାନନ ଗାବ୍ରିଏଲ, ଶିମରନ ହେଟମାୟର, ଶାଇ ହୋପ, କିମୋ ପଲ ଓ କେମାର ରୋଚ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri