Posted inଖେଳ

ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌: ଧାଓ୍ବନଙ୍କ ସ୍ଥାନ ନେଲେ ମୟଙ୍କ

ନୂଆଦିଲ୍ଲୀ,୧୧।୧୨(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ପରିବର୍ତ୍ତନ ହୋଇଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଶିଖର ଧାଓ୍ବନଙ୍କ ବଦଳ ଖେଳାଳି ଭାବେ ଟେଷ୍ଟ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କୁ ବୁଧବାର ସାମିଲ କରାଯାଇଛି। ଧାଓ୍ବନ ଆଣ୍ଠୁ ସମସ୍ୟାରୁ ମୁକୁଳିବାରେ ସଫଳ ହୋଇନାହାନ୍ତି। ଚଳିତ ମାସରେ ଶେଷ ହୋଇଥିବା ସୟଦ ମୁସ୍ତାକ ଅଲି ଟି୨୦ ପ୍ରତିଯୋଗିତା ବେଳେ ଧାଓ୍ବନଙ୍କ ଆଣ୍ଠୁରେ କ୍ଷତ ହୋଇଥିଲା। ଧାଓ୍ବନଙ୍କ ଷ୍ଟିଚ୍‌ ଖୋଲାଯାଇଛି ଓ ତାଙ୍କ କ୍ଷତ ଧୀରେ ଧୀରେ ଠିକ୍‌ ହେବାରେ ଲାଗିଛି। ତାଙ୍କୁ ସମ୍ପୂର୍ଣ୍ଣ ଫିଟ୍‌ ହେବା ପାଇଁ ଆହୁରି ସମୟ ଦରକାର ବୋଲି ବିସିସିଆଇ ମେଡିକାଲ ଦଳ ଅନୁଭବ କରିଥିବା ବିସିସିଆଇ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ତାଙ୍କ ବଦଳରେ ମୟଙ୍କ ଅଗ୍ରଓ୍ବାଲଙ୍କୁ ସର୍ବଭାରତୀୟ ଚୟନ କମିଟି ଚୟନ କରିଥିବା ଏଥିରେ କୁହାଯାଇଛି। ଭାରତୀୟ ଦଳ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ଟି ଦିନିକିଆ ମ୍ୟାଚ୍‌ ଯଥାକ୍ରମେ ଚେନ୍ନାଇ (୧୫ ତାରିଖ), ବିଶାଖାପଟନମ(୧୮ରେ) ଓ କଟକ (୨୨ରେ)ଠାରେ ଖେଳାଯିବ। ରଣଜୀ ଟ୍ରଫିରେ ତାମିଲନାଡୁ ବିପକ୍ଷରେ ଖେଳୁଥିବା ଅଗ୍ରଓ୍ବାଲ ଚେନ୍ନାଇ ମ୍ୟାଚ୍‌ ପୂର୍ବରୁ ଦଳରେ ଯୋଗଦେବେ। ତେବେ ଦଳରେ ଓପନିଂ ପାଇଁ ଲୋକେଶ ରାହୁଲ ଓ ରୋହିତ ଶର୍ମା ଥିବାରୁ ଅଗ୍ରଓ୍ବାଲଙ୍କୁ ଦିନିକିଆ ପଦାର୍ପଣ ଲାଗି ଅପେକ୍ଷା କରିବାକୁ ପଡ଼ିପାରେ। ୨୮ ବର୍ଷୀୟ ବେଙ୍ଗାଲୁରୁ ବ୍ୟାଟ୍ସମ୍ୟାନ କ୍ୟାରିୟରରେ ୯ ଟେଷ୍ଟ ଖେଳି ୮୭୨ ରନ୍‌ କରିଛନ୍ତି। ଏଥିରେ ୩ ଶତକ ଓ ସମାନସଂଖ୍ୟକ ଅର୍ଦ୍ଧଶତକ ରହିଛି।
ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା (ଉପଅଧିନାୟକ), ମୟଙ୍କ ଅଗ୍ରଓ୍ବାଲ, ଲୋକେଶ ରାହୁଲ, ଶ୍ରେୟାସ ଆୟାର, ମନୀଷ ପାଣ୍ଡେ, ରିଷଭ ପନ୍ତ (ଉଇକେଟକିପର), ଶିଭମ ଦୁବେ, କେଦାର ଯାଦବ, ରବୀନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଦୀପକ ଚହର, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାର।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri