Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଲାଗି କର ବା ମର ସ୍ଥିତି

ମାଞ୍ଚେଷ୍ଟର,୨୨।୬(ପି.ଟି.)- ବିଶ୍ୱକପରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଟୁର୍ନାମେଣ୍ଟର ଏହି ୨୯ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଫେଭରାଇଟ ବିବେଚିତ ହେଉଛି। ଅନ୍ୟପଟେ ଏହି ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି। ବିଶ୍ୱକପ୍‌ର ଓ୍ବେଷ୍ଟଇଣ୍ଡିଜ ତା’ର ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନକୁ ୭ ଉଇକେଟରେ ପରାସ୍ତ କରି ଜବରଦସ୍ତ ଆରମ୍ଭ କରିଥିଲା। ତେବେ ଏହାପରଠାରୁ ଓ୍ବେଷ୍ଟଇଣ୍ଡିଜର ପ୍ରଦର୍ଶନରେ କ୍ରମାଗତ ଭାବେ ଅବନତି ହୋଇଛି। ଦଳ ବିଜୟରୁ ଅଭିଯାନ ଆରମ୍ଭ କରିବା ପରେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ବାଂଲାଦେଶଠାରୁ ପରାସ୍ତ ହୋଇ ୩ଟି ପରାଜୟ ବରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ ବର୍ଷା କାରଣରୁ ବାତିଲ ହେବା ପରେ ଓ୍ବେଷ୍ଟଇଣ୍ଡିଜ ଗୋଟିଏ ପଏଣ୍ଟ ପାଇଥିଲା। ଏପର୍ଯ୍ୟନ୍ତ ଓ୍ବେଷ୍ଟଇଣ୍ଡିଜ ୫ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୩ ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ୩ ପଏଣ୍ଟ ପାଇ ତାଲିକାର ସପ୍ତମ ସ୍ଥାନରେ ରହିଛି। ଅପରପକ୍ଷରେ ନ୍ୟୁଜିଲାଣ୍ଡ ୫ଟି ମ୍ୟାଚ୍‌ ଖେଳି ୪ଟି ବିଜୟ ଓ ଗୋଟିଏ ବିନା ଫଳାଫଳ ସହ ୯ ପଏଣ୍ଟ ପାଇ ଅଷ୍ଟ୍ରେଲିଆ ପଛକୁ ରହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି।
ବାଂଲାଦେଶ ବିପକ୍ଷରେ ଓ୍ବେଷ୍ଟଇଣ୍ଡିଜ ୮ ଉଇକେଟ ହରାଇ ୩୨୧ ରନ କରିଥିଲେ ମଧ୍ୟ ଦୁର୍ବଳ ବୋଲିଂ କାରଣରୁ ପରାସ୍ତ ହୋଇଥିଲା। ବାଂଲାଦେଶ ମାତ୍ର ୪୧.୩ ଓଭରରେ ୭ ଉଇକେଟ ହାତରେ ରଖି ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। କ୍ରିସ୍‌ ଗେଲଙ୍କୁ ବାଦ୍‌ ଦେଲେ ଓ୍ବେଷ୍ଟଇଣ୍ଡିଜର ବାକି ସବୁ ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରିଛନ୍ତି। ବୋଲିଂ ଦୁର୍ବଳତା ନେଇ ଅଧିନାୟକ ଜାସନ ହୋଲ୍ଡର ଚିନ୍ତା ପ୍ରକଟ କରିଛନ୍ତି। ଏଭିନ ଲୁଇସ୍‌, ଶାଇ ହୋପ, ସିମରନ ହେଟମେୟର ଓ ଜାସନ ହୋଲ୍ଡରଙ୍କୁ ନେଇ ଓ୍ବେଷ୍ଟଇଣ୍ଡିଜ ବ୍ୟାଟିଂ ଲାଇନ ବେଶ୍‌ ଦୃଢ ମନେହେଉଛି। ତେବେ ଗେଲ ଓ ଆନ୍ଦ୍ରେ ରସେଲଙ୍କ ବ୍ୟାଟିଂ ଆଶାନୁରୂପ ହୋଇପାରିନାହିଁ। ତେବେ ଓ୍ବେଷ୍ଟଇଣ୍ଡିଜ ବୋଲରମାନେ ନିହାତି ମାମୁଲି ପ୍ରଦର୍ଶନ କରିଛନ୍ତି। ଶେଲଡନ କଟ୍ରେଲ, ଶାନନ ଗାବ୍ରିଏଲ ଓ ଓଶେନ ଥୋମାସଙ୍କୁ ପ୍ରଦର୍ଶନରେ ଉନ୍ନତି ଆଣିବାକୁ ହେବ।
ଅପରପକ୍ଷରେ ନ୍ୟୁଜିଲାଣ୍ଡ ଏପର୍ଯ୍ୟନ୍ତ ଦମ୍‌ଦାର ପ୍ରଦର୍ଶନ କରିଆସିଛି। ନ୍ୟୁଜିଲାଣ୍ଡର ଆତ୍ମବିଶ୍ୱାସ ଆକାଶଛୁଆଁ ହୋଇଛି। ନ୍ୟୁଜିଲାଣ୍ଡ ଶ୍ରୀଲଙ୍କ, ବାଂଲାଦେଶ, ଆଫଗାନିସ୍ତାନ ଓ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ତେବେ ଭାରତ ବିପକ୍ଷ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଥିଲା। ଏବେ ଏହି ଦଳ ପ୍ରକୃତ ପରୀକ୍ଷାର ସମ୍ମୁଖୀନ ହେବ। ଓ୍ବେଷ୍ଟଇଣ୍ଡିଜ ସମେତ , ପାକିସ୍ତାନ, ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ କଡ଼ା ସଂଘର୍ଷର ସମ୍ମୁଖୀନ ହେବ।
ଗତ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ୧୦୬ ରନର ଅପରାଜିତ ଶତକୀୟ ପାଳି ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେହିପରି କଲିନ ଡି ଗ୍ରାଣ୍ଡହୋମ ୪୭ ବଲରୁ ୬୦ ରନର ଦ୍ରୁତ ପାଳି ଖେଳିଥିଲେ। ଏବେ ଅଭିଜ୍ଞ ମାର୍ଟିନ ଗୁପ୍ଟିଲ, କଲିନ ମୁନରୋ, ରସ ଟେଲର ଓ ଟମ୍‌ ଲାଥମ ଚମକ ଦେଖାଇବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri