Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଲାଗି କର ବା ମର ସ୍ଥିତି

ମାଞ୍ଚେଷ୍ଟର,୨୨।୬(ପି.ଟି.)- ବିଶ୍ୱକପରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଟୁର୍ନାମେଣ୍ଟର ଏହି ୨୯ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଫେଭରାଇଟ ବିବେଚିତ ହେଉଛି। ଅନ୍ୟପଟେ ଏହି ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି। ବିଶ୍ୱକପ୍‌ର ଓ୍ବେଷ୍ଟଇଣ୍ଡିଜ ତା’ର ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନକୁ ୭ ଉଇକେଟରେ ପରାସ୍ତ କରି ଜବରଦସ୍ତ ଆରମ୍ଭ କରିଥିଲା। ତେବେ ଏହାପରଠାରୁ ଓ୍ବେଷ୍ଟଇଣ୍ଡିଜର ପ୍ରଦର୍ଶନରେ କ୍ରମାଗତ ଭାବେ ଅବନତି ହୋଇଛି। ଦଳ ବିଜୟରୁ ଅଭିଯାନ ଆରମ୍ଭ କରିବା ପରେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ବାଂଲାଦେଶଠାରୁ ପରାସ୍ତ ହୋଇ ୩ଟି ପରାଜୟ ବରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ ବର୍ଷା କାରଣରୁ ବାତିଲ ହେବା ପରେ ଓ୍ବେଷ୍ଟଇଣ୍ଡିଜ ଗୋଟିଏ ପଏଣ୍ଟ ପାଇଥିଲା। ଏପର୍ଯ୍ୟନ୍ତ ଓ୍ବେଷ୍ଟଇଣ୍ଡିଜ ୫ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୩ ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ୩ ପଏଣ୍ଟ ପାଇ ତାଲିକାର ସପ୍ତମ ସ୍ଥାନରେ ରହିଛି। ଅପରପକ୍ଷରେ ନ୍ୟୁଜିଲାଣ୍ଡ ୫ଟି ମ୍ୟାଚ୍‌ ଖେଳି ୪ଟି ବିଜୟ ଓ ଗୋଟିଏ ବିନା ଫଳାଫଳ ସହ ୯ ପଏଣ୍ଟ ପାଇ ଅଷ୍ଟ୍ରେଲିଆ ପଛକୁ ରହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି।
ବାଂଲାଦେଶ ବିପକ୍ଷରେ ଓ୍ବେଷ୍ଟଇଣ୍ଡିଜ ୮ ଉଇକେଟ ହରାଇ ୩୨୧ ରନ କରିଥିଲେ ମଧ୍ୟ ଦୁର୍ବଳ ବୋଲିଂ କାରଣରୁ ପରାସ୍ତ ହୋଇଥିଲା। ବାଂଲାଦେଶ ମାତ୍ର ୪୧.୩ ଓଭରରେ ୭ ଉଇକେଟ ହାତରେ ରଖି ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। କ୍ରିସ୍‌ ଗେଲଙ୍କୁ ବାଦ୍‌ ଦେଲେ ଓ୍ବେଷ୍ଟଇଣ୍ଡିଜର ବାକି ସବୁ ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରିଛନ୍ତି। ବୋଲିଂ ଦୁର୍ବଳତା ନେଇ ଅଧିନାୟକ ଜାସନ ହୋଲ୍ଡର ଚିନ୍ତା ପ୍ରକଟ କରିଛନ୍ତି। ଏଭିନ ଲୁଇସ୍‌, ଶାଇ ହୋପ, ସିମରନ ହେଟମେୟର ଓ ଜାସନ ହୋଲ୍ଡରଙ୍କୁ ନେଇ ଓ୍ବେଷ୍ଟଇଣ୍ଡିଜ ବ୍ୟାଟିଂ ଲାଇନ ବେଶ୍‌ ଦୃଢ ମନେହେଉଛି। ତେବେ ଗେଲ ଓ ଆନ୍ଦ୍ରେ ରସେଲଙ୍କ ବ୍ୟାଟିଂ ଆଶାନୁରୂପ ହୋଇପାରିନାହିଁ। ତେବେ ଓ୍ବେଷ୍ଟଇଣ୍ଡିଜ ବୋଲରମାନେ ନିହାତି ମାମୁଲି ପ୍ରଦର୍ଶନ କରିଛନ୍ତି। ଶେଲଡନ କଟ୍ରେଲ, ଶାନନ ଗାବ୍ରିଏଲ ଓ ଓଶେନ ଥୋମାସଙ୍କୁ ପ୍ରଦର୍ଶନରେ ଉନ୍ନତି ଆଣିବାକୁ ହେବ।
ଅପରପକ୍ଷରେ ନ୍ୟୁଜିଲାଣ୍ଡ ଏପର୍ଯ୍ୟନ୍ତ ଦମ୍‌ଦାର ପ୍ରଦର୍ଶନ କରିଆସିଛି। ନ୍ୟୁଜିଲାଣ୍ଡର ଆତ୍ମବିଶ୍ୱାସ ଆକାଶଛୁଆଁ ହୋଇଛି। ନ୍ୟୁଜିଲାଣ୍ଡ ଶ୍ରୀଲଙ୍କ, ବାଂଲାଦେଶ, ଆଫଗାନିସ୍ତାନ ଓ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ତେବେ ଭାରତ ବିପକ୍ଷ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଥିଲା। ଏବେ ଏହି ଦଳ ପ୍ରକୃତ ପରୀକ୍ଷାର ସମ୍ମୁଖୀନ ହେବ। ଓ୍ବେଷ୍ଟଇଣ୍ଡିଜ ସମେତ , ପାକିସ୍ତାନ, ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ କଡ଼ା ସଂଘର୍ଷର ସମ୍ମୁଖୀନ ହେବ।
ଗତ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ୧୦୬ ରନର ଅପରାଜିତ ଶତକୀୟ ପାଳି ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେହିପରି କଲିନ ଡି ଗ୍ରାଣ୍ଡହୋମ ୪୭ ବଲରୁ ୬୦ ରନର ଦ୍ରୁତ ପାଳି ଖେଳିଥିଲେ। ଏବେ ଅଭିଜ୍ଞ ମାର୍ଟିନ ଗୁପ୍ଟିଲ, କଲିନ ମୁନରୋ, ରସ ଟେଲର ଓ ଟମ୍‌ ଲାଥମ ଚମକ ଦେଖାଇବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri