ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ। ଭୋପାଳକୁ ପରୀକ୍ଷା ପାଇଁ ପଠାଯାଇଥିବା ନମୁନାରୁ ଏହା ସ୍ପଷ୍ଟ ହେବା ପରେ ଆତଙ୍କ ଖେଳିଯାଇଛି। ଗତ ଦୁଇଦିନ ହେବ ଏହି ଫାର୍ମରେ ଅନେକ କୁକୁଡ଼ା ମରୁଥିଲେ। ତେଣୁ ପରୀକ୍ଷା ପାଇଁ ଭୋପାଳ ଟେଷ୍ଟିଂ ଲ୍ୟାବ୍‌କୁ ନମୁନା ପଠାଯାଇଥିଲା। ସୋମବାର ପହଞ୍ଚତ୍ବା ରିପୋର୍ଟରୁ ବାର୍ଡ ଫ୍ଲୁ ଭୂତାଣୁ ସ୍ପଷ୍ଟ ହୋଇଛି। ମଙ୍ଗଳବାରଠାରୁ କୁକୁଡ଼ା ମରା ଅଭିଯାନ ଆରମ୍ଭ ହେବ ବୋଲି ଓୟୁଏଟି ପାଥୋଲୋଜି ବିଭାଗ ମୁଖ୍ୟ ଡା. ସୁଶେନ କୁମାର ପଣ୍ଡା କହିଛନ୍ତି। ସେପଟେ ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଏହାର ନିୟନ୍ତ୍ରଣ ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବା ୧ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳକୁ ସଂକ୍ରମିତ ଅଞ୍ଚଳ ଓ ୧୦ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳକୁ ନିରୀକ୍ଷଣ ଅଞ୍ଚଳ ରୂପେ ଘୋଷଣା କରାଯାଇଛି। ସଂକ୍ରମିତ ଅଞ୍ଚଳ ମଧ୍ୟରେ ଥିବା ସମସ୍ତ କୁକୁଡ଼ାଙ୍କୁ ମରାଯାଇ ଗଭୀର ଗାତରେ ପୋତି ଦିଆଯିବ। ମାଟି ଘୋଡ଼ାଇବା ପୂର୍ବରୁ ସେଥିରେ ଚୂନ ଓ ବ୍ଲିଚିଂ ପାଉଡର ପରି ବିଶୋଧକ ପ୍ରୟୋଗ କରାଯିବ। ସଂକ୍ରମିତ ଅଞ୍ଚଳର ରାସ୍ତାଘାଟ ଓ ଅନ୍ୟାନ୍ୟ ସର୍ବସାଧାରଣ ସ୍ଥାନକୁ ମଧ୍ୟ ବ୍ଲିଚିଂ ପାଉଡର ଦ୍ୱାରା ବିଶୋଧନ କରାଯିବାର ବ୍ୟବସ୍ଥା ହୋଇଛି। କୁକୁଡ଼ାମରା ଅଭିଯାନ ଓ ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାରଙ୍କ ପକ୍ଷରୁ ୧୨ ତ୍ୱରିତ କାର୍ଯ୍ୟକାରୀ ଦଳ (ରାପିଡ୍‌ ରେସ୍‌ପନ୍ସ ଟିମ୍‌) ନିଯୁକ୍ତ କରାଯାଇଛି। ଏଥିମଧ୍ୟରୁ ୭ ଟିମ୍‌କୁ କୁକୁଡ଼ା ମରା ଓ ପୋତିବା ଦାୟିତ୍ୱ ଦିଆଯାଇଛି। ସେମାନେ ଓୟୁଏଟି କୁକୁଡ଼ା ଫାର୍ମର କୁକୁଡ଼ା ମାରିବା ସହିତ ୧ କି.ମି. ବ୍ୟାସର୍ଦ୍ଧ ଅଞ୍ଚଳରେ ରହିଥିବା ମାଂସ ଦୋକାନ ଏବଂ ଅନ୍ୟାନ୍ୟ ଫାର୍ମରେ ଥିବା କୁକୁଡ଼ାଙ୍କୁ ମାରି ପୋତିବେ। ଏଥିସହିତ ଘର ଘର ବୁଲି ପାଳିତ କୁକୁଡ଼ାକୁ ମାରିବା ବ୍ୟବସ୍ଥା କରିବେ। ସେହିପରି ୫ ଟିମ୍‌ ନିରୀକ୍ଷଣ ଅଞ୍ଚଳରେ ରୋଗ ନିୟନ୍ତ୍ରଣ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଏହି ଟିମ୍‌ଗୁଡ଼ିକ ନିୟମିତ ବ୍ୟବଧାନରେ ସନ୍ଦିଗ୍ଧ କୁକୁଡ଼ାଙ୍କଠାରୁ ରକ୍ତ, ଲାଳ ଓ ମଳ ଆଦି ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇବାର ବ୍ୟବସ୍ଥା କରିବେ।
ଅନ୍ୟପକ୍ଷରେ ବାର୍ଡ ଫ୍ଲୁ ଆଶଙ୍କାରେ ମଙ୍ଗଳବାରଠାରୁ ନନ୍ଦନକାନନ ପକ୍ଷୀ ବିହାରକୁ ବନ୍ଦ ରଖାଯାଇଛି। ସ୍ଥିତିକୁ ଦେଖି ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପକ୍ଷୀ ବିହାର ଖୋଲାଯିବ ନାହିଁ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି।
ଜାରି ହେଲା କଟକଣା
ବାର୍ଡ ଫ୍ଲୁ ନିୟନ୍ତ୍ରଣର ପ୍ରାଥମିକ ପଦକ୍ଷେପ ସ୍ବରୂପ କେତେକ କଟକଣା ଜାରି କରାଯାଇଛି। କୌଣସି କୁକୁଡ଼ା ବା କୁକ୍କୁଟଜାତୀୟ ପକ୍ଷୀ କିମ୍ବା କୁକୁଡ଼ା ସହ ଜଡ଼ିତ ପଦାର୍ଥ ସଂକ୍ରମିତ ସ୍ଥାନର ୧ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳରୁ ବାହାରକୁ ଚାଲାଣ କରାଯାଇପାରିବ ନାହିଁ। ସରକାରଙ୍କ ପକ୍ଷରୁ ‘ଜୀବାଣୁମୁକ୍ତ ପ୍ରମାଣପତ୍ର’ ପ୍ରଦାନର ୯୦ଦିନ ପରେ ସଂକ୍ରମିତ ଅଞ୍ଚଳରେ କୁକୁଡ଼ା ଓ କୁକ୍କୁଟଜାତୀୟ ପଦାର୍ଥର ବ୍ୟବସାୟ କରାଯାଇପାରିବ। ଏହି ଭାଇରସ୍‌ ମନୁଷ୍ୟଙ୍କୁ ଆକ୍ରାନ୍ତ କରିବା କ୍ୱଚିତ ଦେଖାଯାଇଥାଏ। ତେଣୁ ଏଥିରେ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ

କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri