ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ ଜଳବାୟୁକୁ ଦେଖି କିଭଳି ଚାଷ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ। ଏହାପରେ ସୋରଡା ବ୍ଲକ ଲାଠିପଡା ଓ ସୋରିଷବିଲି ଗ୍ରାମରେ ନରୱେ ସରକାର ସହଯୋଗରେ ଚାଲିଥିବା ଚାଷ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ଏହି ସମୟରେ କେବିକେର ମୁଖ୍ୟ ବୈଜ୍ଞାନିକ ଡ.ସ୍ବାଗତିକା ସାହୁ, ବୈଜ୍ଞାନିକ ଡ.ସନ୍ତୋଷ କୁମାର ସାମନ୍ତରାୟ, ସିଦ୍ଧାର୍ଥ ରଣବିଜୁଳି, ସତ୍ୟବ୍ରତ ମଙ୍ଗରାଜ, ଚିତ୍ତରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟଯେ ଜଳବାୟୁ ପରିବର୍ତ୍ତନକୁ ଦେଖି ଚାଷ କାର୍ଯ୍ୟ କରିବା ପାଇଁ ନରୱେ ସରକାର ଆର୍ଥତ୍କ ସହାୟତା ଯୋଗାଇ ଦେଇଛନ୍ତି। ସେଥିରେ ଓୟୁଏଟି ମାଧ୍ୟମରେ ଉକ୍ତ ୨ଗ୍ରାମରେ ୩ବର୍ଷ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଚଳିତବର୍ଷ ଯୋଜନା ଆରମ୍ଭ ହୋଇଛି। ଧାନ, ମକା, ଝୁଡଙ୍ଗ ପ୍ରମୁଖ ଚାଷ ଜଳବାୟୁ ପରିବର୍ତ୍ତନକୁ ଦେଖି କିଭଳି କରାଯିବ ସେନେଇ ଯୋଜନା ପ୍ରସ୍ତୁତ ହୋଇଛି। ଦୁଇଟିଯାକ ଗ୍ରାମରେ ୪୫ ଏକର ଜମିକୁ ପରୀକ୍ଷା ମୂଳକ ଭାବେ ନିଆଯାଇଛି। ଏହି ଯୋଜନାରେ ଚାଷୀଙ୍କୁ ବିହନ, କୀଟନାଶକ ପ୍ରମୁଖ ସୁବିଧା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri