ଔଷଧ କିଣିଥିବା ଲୋକଙ୍କ ତଥ୍ୟ ଦେବେ ଦୋକାନୀ ଗଞ୍ଜାମ ଜିଲାପାଳଙ୍କ ନୂଆ ନିର୍ଦ୍ଦେଶନାମା

ଛତ୍ରପୁର,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପୁଣି ଏକ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଣିକି ଜିଲାର ସମସ୍ତ ଘରୋଇ ଔଷଧ ଦୋକାନୀ ସେମାନଙ୍କ ଦୋକାନରୁ ଔଷଧ କିଣିଥିବା ଲୋକଙ୍କ ତଥ୍ୟ ପ୍ରଶାସନକୁ ଦେବା ବାଧ୍ୟତାମୂଳକ କରାଯାଇଛି। ଏଥିରେ ଖିଲାପ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି। ଗୁରୁବାରଠାରୁ ଜିଲାରେ ଏହା ଲାଗୁ କରାଯିବ। କରୋନା ସଂକ୍ରମଣ ଭୟାବହତାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି। ରୋଗୀ କିମ୍ବା ତାଙ୍କ ସମ୍ପର୍କୀୟ କେଉଁ ରୋଗ ପାଇଁ କି ଔଷଧ କିଣିଛନ୍ତି, ଔଷଧ କିଣିଥିବା ବ୍ୟକ୍ତିଙ୍କ ନାମ ଓ ସମ୍ପୂର୍ଣ୍ଣ ଠିକଣା ଦୋକାନୀମାନେ ପଚାରି ବୁଝିବେ। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଫର୍ମାଟରେ ଦୋକାନୀମାନେ ଏ ସବୁ ତଥ୍ୟ ରଖି ଦୈନିକ ଡ୍ରଗ୍ସ ଇନ୍ସପେକ୍ଟରଙ୍କୁ ଦେବେ। ଡ୍ରଗ୍ସ ଇନ୍ସପେକ୍ଟରମାନେ ଦୈନିକ ଏହି ରିପୋର୍ଟ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀଙ୍କୁ ଦେବେ। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଉକ୍ତ ରିପୋର୍ଟ ଡିଆରଡିଏ ପିଡି ଓ ଛତ୍ରପୁରସ୍ଥିତ କୋଭିଡ ସେଲକୁ ଦେବାକୁ ଜ଼ିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri