ଔଷଧ ଦୋକାନରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଆଳି,୨୨।୧୦- କେନ୍ଦ୍ରାପଡ଼ା ଜିଲା କଟକ- ଚାନ୍ଦବାଲି ରାସ୍ତାର ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରାସ୍ତାରେ ଥିବା ଦି କେୟାର ଔଷଧ ଦୋକାନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଯାଇଛି। କୌଣସି ଦୁର୍ବୃତ୍ତ ଉଦ୍ଦେଶ୍ୟମୂଳକ ଭାବେ ଏହି ନିଆଁ ଲଗେଇଥିବା ସୋମବାର ଦୋକାନ ମାଲିକ ମହମ୍ମଦ ନସିମ ଅହମ୍ମଦ ଆଳି ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ,ସବୁଦିନପରି ସେ ରାତି ୧୦ ଟାରେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ବିଳମ୍ବିତ ରାତିରେ ପାଖ ଦୋକାନୀ ଦୋକାନରେ ନିଆଁ ଲାଗିଥିବା ନେଇ ସୂଚନା ଦେଇଥିଲେ। ଖବରପାଇ ଅହମ୍ମଦ ଅଗ୍ନିଶମ ସେବା ସଂସ୍ଥାକୁ ଜଣାଇଥିଲେ। ପରେ ଏହି ସଂସ୍ଥାର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ସେତେବେଳକୁ ଦୋକାନରେ ଥିବା ସମସ୍ତ ଔଷଧ ଓ ଆସବାବପତ୍ର ଜଳିପୋଡି ପାଉଁଶ ହୋଇଯାଇଥିଲା। ଗତ ୩ ଦିନ ପୂର୍ବେ ଦୋକାନ ପଛ ପଟରେ ଥିବା କବାଟରେ କୌଣସି ଦୁର୍ବୃତ୍ତ ନିଆଁ ଲଗେଇଦେଇଥିବାବେଳେ ଏବେ ପୁଣିଥରେ ଦୋକାନରେ ଉଦ୍ଦେଶ୍ୟମୂଳକ ଭାବେ ନିଆଁଲଗାଯାଇଛି ବୋଲି ସେ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେ ଦାବି କରିଛନ୍ତି। ରିପୋର୍ଟ ଲେଖାହେବା ବେଳକୁ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri