Posted inଜାତୀୟ

କଂଗ୍ରେସର ନୂଆ ମୁଖ୍ୟ ନିଷ୍ପତ୍ତି ଆଜି

ନୂଆଦିଲ୍ଲୀ, ୧୦ା୮: କଂଗ୍ରେସର ନୂଆ ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ଶନିବାର ବସିବାକୁ ଥିବା କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ନିଷ୍ପତ୍ତି ନିଆଯିବ। ଗତ ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ମେ ମାସରେ ଅଧ୍ୟକ୍ଷ ପଦରୁ ରାହୁଲ ଇସ୍ତଫା ଦେଇଥିଲେ। ଗାନ୍ଧୀ ପରିବାରକୁ ଛାଡ଼ି ଏଥର କଂଗ୍ରେସ ଅଧ୍ୟକ୍ଷ ନିଯୁକ୍ତି କରାଯିବ ବୋଲି ୟୁପିଏ ଅଧ୍ୟକ୍ଷା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଥିବାବେଳେ ଦଳରେ ଉତ୍ସାହ ବଢିବାରେ ଲାଗିଛି। କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡ଼ର ସର୍ବାଗ୍ରେ ପୂର୍ବତନ ମନ୍ତ୍ରୀ ମୁକୁଲ ଓ୍ବାସ୍‌ନିକ ରହିଥିବା କୁହାଯାଉଛି। ଅତି କମ୍‌ରେ ସାଙ୍ଗଠନିକ ନିର୍ବାଚନ ହେବା ପର୍ଯ୍ୟନ୍ତ ତାଙ୍କୁ ଅଧ୍ୟକ୍ଷ ପଦରେ ନିଯୁକ୍ତ କରାଯାଇପାରେ ବୋଲି କୁହାଯାଉଛି। ଅନ୍ୟ ପକ୍ଷରେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ସଚିନ୍‌ ପାଇଲଟଙ୍କ ନାମ ମଧ୍ୟ ଚର୍ଚ୍ଚାରେ ରହିଛି। ସିଡବ୍ଲ୍ୟୁସି ବୈଠକ ବସିବା ପୂର୍ବରୁ ଶୁକ୍ରବାର ସୋନିଆ ଗାନ୍ଧୀଙ୍କ ବାସଭବନରେ ଅନୁଷ୍ଠିତ ବୈଠକରେ ଦଳର ବରିଷ୍ଠ ନେତା ଏ.କେ. ଆଣ୍ଟୋନୀ, ଅହମ୍ମଦ ପଟେଲ, କେ.ଭି. ବେଣୁଗୋପଳ ପ୍ରମୁଖ ଏନେଇ ବିସ୍ତୃତ ଆଲୋଚନା କରିଥିଲେ। ତେବେ କାହାକୁ ଦଳର ମଙ୍ଗ ଧରିବା ଲାଗି ବଛାଯିବ ତାହା ଶନିବାର ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri