କଂଗ୍ରେସ ଛାଡ଼ିଲେ ଡାକ୍ତର ଅଶ୍ୱିନୀ ପୂଜାହାରୀ

ଭୁବନେଶ୍ୱର, ସମ୍ବଲପୁର,୧।୭(ବ୍ୟୁରୋ):୨୦୧୯ ସାଧାରଣ ନିର୍ବାଚନରେ ସମ୍ବଲପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଡା. ଅଶ୍ୱିନୀ ପୂଜାହାରୀ ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଓ ଏଆଇସିସି ଅଧ୍ୟକ୍ଷଙ୍କୁ ସେ ଇସ୍ତଫାପତ୍ର ପ୍ରଦାନ କରିଥିବା କହିଛନ୍ତି। ଦଳ ଛାଡ଼ିବା ପଛରେ କାରଣ ସମ୍ପର୍କରେ ସେ କହିଛନ୍ତି, ନିର୍ବାଚନ ସମୟରେ ହାତଗଣତି କେତେଜଣ କର୍ମକର୍ତ୍ତାଙ୍କୁ ଛାଡ଼ିଦେଲେ ଅନ୍ୟ କେହି ତାଙ୍କୁ ସହଯୋଗ କଲେନାହିଁ। ଓଲଟି ଅନ୍ୟ ଦଳକୁ ପରୋକ୍ଷରେ ସମର୍ଥନ କଲେ। ମୋତେ ଯେତିକି ଭୋଟ ମିଲିଥିଲା ତାହା ମୋର ବ୍ୟକ୍ତିତ୍ୱ ପାଇଁ। ସେହିପରି କଂଗ୍ରେସର ଦଳୀୟ ବୈଠକରେ ଗାଳିିଗୁଳଜ କରାଯାଇଥିଲା। କର୍ମୀମାନେ ଆକ୍ରୋସମୂଳକ ଭାବେ ବିଭିନ୍ନ ଭାଷାରେ ଗାଳିଦେଇ ମୋତେ ଅପମାନିତ କଲେ। ଯେଉଁ ଦଳରେ ସମ୍ମାନ ନାହିଁ ସେ ଦଳରେ ରହିବାକୁ ଇଚ୍ଛା ହେଲାନାହିଁ ବୋଲି ପୂଜାହାରୀ କହିଥିଲେ। ଏ ସମ୍ପର୍କରେ ଜିଲା କଂଗ୍ରେସ ସଭାପତି ଅଶ୍ୱନୀ ଗୁରୁଙ୍କୁ ପଚାରିବାରୁ ପୂଜାହାରୀଙ୍କ ଇସ୍ତଫା ସମ୍ପର୍କରେ ତାଙ୍କ ପାଖରେ କୌଣସି ଖବର ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri