Posted inଜାତୀୟ

କଂଗ୍ରେସ ନେତୃତ୍ୱ ନେବାକୁ ଆଣ୍ଟୋନୀ ମନାକଲେ

ନୂଆଦିଲ୍ଲୀ,୧୫ା୬(ଆଇଏଏନ୍‌ଏସ୍‌): କଂଗ୍ରେସରେ ନେତୃତ୍ୱ ସଙ୍କଟ ଜାରି ରହିଥିବାବେଳେ ପୂର୍ବତନ ପ୍ରତିରକ୍ଷାମନ୍ତ୍ରୀ ଏ.କେ. ଆଣ୍ଟୋନୀ ଏବଂ ଦଳର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଅଧ୍ୟକ୍ଷ ପଦ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଆଣ୍ଟୋନୀ ଅଧ୍ୟକ୍ଷ ପଦ ଭାର ନେବାକୁ ଅକ୍ଷମତା ପ୍ରକାଶ କରିଥିବାବେଳେ ଦଳକୁ ମଜଭୁତ କରିବା ଲାଗି ତାଙ୍କର ଅନ୍ୟ ଭୂମିକା ରହିଛି ବୋଲି ବେଣୁଗୋପାଳ କହିଛନ୍ତି। ବେଣୁଗୋପାଳ କର୍ନାଟକରେ ଦଳର ପ୍ରଭାରୀ ମଧ୍ୟ ଅଛନ୍ତି। ଗାନ୍ଧୀ ପରିବାର ବାହାରେ କୌଣସି ନେତାଙ୍କ ହାତରେ କଂଗ୍ରେସର ଲଗାମ ଧରାଇବାକୁ ଉଦ୍ୟମ ହେଉଥିବାବେଳେ ଏନେଇ ଆଣ୍ଟୋନି ଓ ବେଣୁଗୋପାଳଙ୍କ ମତାମତ ଲୋଡାଯାଇଥିଲା। ଏହାବ୍ୟତୀତ ଅହମଦ ପଟେଲ ଓ ଗୁଲାମ ନବି ଆଜାଦଙ୍କ ଉପରେ ମଧ୍ୟ ଦଳର ନଜର ରହିଛି। ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ନିଜକୁ ଦାୟୀ କରି ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପାଇଁ ମେ ୨୫ରେ କାର୍ଯ୍ୟକାରୀ କମିଟି ବୈଠକରେ ରାହୁଲ ଗାନ୍ଧୀ ପ୍ରସ୍ତାବ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri