କଂଗ୍ରେସ ରାଲିରେ ଯୋଗ ଦେଇଥିବା ଯୁବକଙ୍କୁ ହତ୍ୟା:କୁସୁମପାଣି ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଝରିଗାଁ,୧୭।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକ ନିଖୋଜ ହେବାର ୮ ଦିନ ପରେ ବୁଧବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଯୁବକଙ୍କ ବାପା ଝରିଗାଁ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଯୁବକ ଜଣକ ହେଉଛନ୍ତି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଚିକିଲି ଗୌଡଗୁଡା ଗ୍ରାମର ଅଭିଜିତ ମଣ୍ଡଳ(୨୦)।
ଗତ ୯ ତାରିଖରେ କଂଗ୍ରେସ ଏମପି ପ୍ରାର୍ଥୀ ପ୍ରଦୀପ ମାଝିଙ୍କ ବାଇକ ରାଲିରେ ଅଭିଜିତ ଯୋଗ ଦେବାକୁ ଆସିଥିଲେ। ଏହା ପରେ ସେ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ଅଭିଜିତଙ୍କ ପତ୍ତା ମିଳି ନ ଥିଲା। ପରେ ଅଭିଜିତଙ୍କ ବାପା ଅତୁଲ ମଣ୍ଡଳ ଝରିଗାଁ ଥାନାରେ ପୁଅ ନିଖୋଜ ହେବା ସମ୍ପର୍କରେ ଅଭିଯୋଗ କରିଥିଲେ। ମଙ୍ଗଳବାର ଧଙ୍ଗଡାମାଲ ଗ୍ରାମର ଜଣେ ଲୋକ ନିକଟସ୍ଥ କୁସୁମପାଣି ଜଙ୍ଗଲକୁ କାଇ ସଂଗ୍ରହ ପାଇଁ ଯାଇଥିଲେ। ସେଠାରେ ପାଦ ଚଲା ରାସ୍ତାର ବାମ ପାର୍ଶ୍ୱରେ ଥିବା ଏକ ଖାଲରେ ମୋଟର ସାଇକେଲ ପଡିଥିବା ଦେଖିବାକୁ ପାଇଥିଲେ। ଏ ସମ୍ପର୍କରେ ଅତୁଲ ଏବଂ ଗ୍ରାମବାସୀ ମଙ୍ଗଳବାର ରାତିରେ ଖବର ପାଇଥିଲେ। ରାତି ହୋଇଥିବା ଯୋଗୁ ଜଙ୍ଗଲରେ ଖୋଜିବା କଷ୍ଟକର ହୋଇଥିଲା। ବୁଧବାର ସକାଳୁ ଅତୁଲଙ୍କ ସହ ଗ୍ରାମବାସୀ ଏବଂ ପୋଲିସ କୁସୁମପାଣି ଜଙ୍ଗଲକୁ ଯାଇ ଖୋଜାଖୋଜି କରିଥିଲେ। ରାସ୍ତାର ବାମ ପାର୍ଶ୍ୱରେ ମୋଟର ସାଇକେଲ ପଡିଥିବା ବେଳେ ଡାହାଣ ପାର୍ଶ୍ୱର ଗୋଟିଏ ନାଳରେ ଅଭିଜିତଙ୍କ ଗଳିତ ମୃତଦେହକୁ ପତ୍ରରେ ଘୋଡାଇ ରଖାଯାଇଥିବା ଦେଖିବାକୁ ମିଳିଥିଲା। ଥାନା ଅଧିକାରୀ ପ୍ରମୋଦ କୁମାର ନାୟକ, ଏସଆଇ ରାମ ଚନ୍ଦ୍ର ଅଗସ୍ତି, ଏଏସଆଇ ଶଙ୍କରର୍ଷଣ ସ୍ବାଇଁ ପ୍ରମୁଖ ମୃତଦେହକୁ ଉଦ୍ଧାର କରିଥିଲେ। ପରେ କୋରାପୁଟରୁ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିଥିଲେ। ଘଟଣା ସ୍ଥଳରେ ଡାକ୍ତରଙ୍କ ଦ୍ୱାରା ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଅଭିଜିତଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଥାନା ଅଧିକାରୀ କହିଛନ୍ତି। ଏ ସମ୍ପର୍କରେ ପ୍ରଦୀପ ମାଝିଙ୍କୁ ପଚାରିବାରୁ ସେ କହିଥିଲେ ଯେ, ଏହା ଏକ ଦୁଃଖଦ ଘଟଣା। ପୋଲିସ ଘଟଣାର ତଦନ୍ତ କରି ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri