କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର: ଅସୁସ୍ଥ ମା’-ବାପାଙ୍କ ପାଇଁ କିଣିହେଉନି ଔଷଧ

କଟକ ଅଫିସ,୭।୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ ହେବ ପକ୍ଷାଘାତରେ ଆକ୍ରାନ୍ତ ହୋଇ ଘରେ ପଡ଼ିରହିଛନ୍ତି। ଅସୁସ୍ଥ ଥିବା ମା’ ସଞ୍ଜୁ ଦେବୀ ଏସ୍‌ସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲର ନେଫ୍ରୋଲୋଜି ବିଭାଗରେ ୧୮ଦିନ ହେବ ଚିକିତ୍ସିତ ହେଉଛନ୍ତି। ମା’ ଓ ବାପାଙ୍କ ଚିକିତ୍ସା ସମେତ ଦୁଇ ଯାଆଁଳା ଭଉଣୀ ପାୟଲ ଓ ପରୀଙ୍କ ଦାୟିତ୍ୱ ଭାର ମଧ୍ୟ ରାଜରୋଶନଙ୍କ କାନ୍ଧରେ ରହିଛି।

ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ରାଜରୋଶନଙ୍କ ଘର। ବାପା ରମେଶ ଗୁପଚୁପ ବିକି ପରିବାର ଚଳାଉଥିଲେ। ୨ବର୍ଷ ତଳେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଲେ। ଅନେକ ଦିନ ଧରି ମେଡ଼ିକାଲରେ ଚିକିତ୍ସା ସତ୍ତ୍ୱେ ସେ ପକ୍ଷାଘାତରେ ଶଯ୍ୟାଶାୟୀ ପାଲଟିଗଲେ। ଏହାପରେ ରାଜରୋଶନ ଓ ମା’ ସଞ୍ଜୁଙ୍କ ଉପରେ ପରିବାର ଦାୟିତ୍ୱ ପଡ଼ିଥିଲା। ରାଜରୋଶନ ଭିକ୍ଷାବୃତ୍ତି କରି ପରିବାର ଚଳାଉଥିଲେ। ସେହି ଅର୍ଥରେ ବାପାଙ୍କ ପଥି, ଦୁଇ ଭଉଣୀଙ୍କ ପଢ଼ାଖର୍ଚ୍ଚ ଉଠୁଥିଲା। ଏହି ପରିବାରର ଦୁଃଖ ଲୋକଲୋଚନକୁ ଆସିବା ପରେ ଯାଜପୁର ଜିଲାପାଳ ସେମାନଙ୍କ ପାଇଁ ମାସିକ ୨ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଥିଲେ। କିନ୍ତୁ ରାଶନ କାର୍ଡ଼ କିମ୍ବା ଅନ୍ୟ କୌଣସି ସରକାରୀ ସୁବିଧା ସେମାନଙ୍କୁ ମିଳୁନାହିଁ। ବହୁ କଷ୍ଟରେ ଥିବାବେଳେ ଏବେ ମା’ ସଞ୍ଜୁ ଦେବୀ ଅସୁସ୍ଥ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଛନ୍ତି। ଘରେ ଦୁଇ ଭଉଣୀ ବାପାଙ୍କ ସେବାରେ ଲାଗିଥିବା ବେଳେ କଟକରେ ମା’ଙ୍କ ପାଖରେ ଅଛନ୍ତି ରାଜରୋଶନ। ସରକାରୀ ସହାୟତା ପାଇଁ ଏବେ ରାଜରୋଶନ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଲା ଭାଙ୍ଗି ୫୦ ହଜାର ଟଙ୍କାର ପୋଷାକ ଚୋରି

କେନ୍ଦୁଝର/ରାଇସୁଆଁ, ୧୭ା୫ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସଦର ଥାନା ଅଞ୍ଚଳରେ ଚୋର ମାନଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଶନିବାର ବିଳମ୍ବିତ ରାତିରେ ମହାଦେଇଯୋଡ଼ା ଓଡ଼ିଶା ଗ୍ରାମ୍ୟବ୍ୟାଙ୍କରୁ କେହି ଦୁର୍ବୃତ୍ତ...

କୋରାପୁଟରୁ ଆଜି ଆଉ ୩ ଜୀବନ ନେଲା କରୋନା, ୮୨ ପଜିଟିଭ୍‌ ଚିହ୍ନଟ

କୋରାପୁଟ,୨୬ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ଶନିବାର ଆଉ ୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦ରେ ପହଞ୍ଚିଛି। ସେହିପରି ଆଜି...

ହ୍ରାସ ପାଉଛି ଅଟୋରିକ୍ସା ଯାତ୍ରୀଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ, ୧ା୨-ବ୍ରହ୍ମପୁର ମହାନଗର ନିଗମରେ ସିଟି ବସ ଚାଳାଚଳ ଯୋଗୁ ଅଟୋର ଚାହିଦା କ୍ରମଶଃ କମିବାରେ ଲାଗିଛି। ବ୍ରହ୍ମପୁରରେ ପୂର୍ବରୁ ଗୋପାଳପୁର, ଛତ୍ରପୁର, ହିଞ୍ଜିଳିକାଟୁ...

ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ...

ଜମି ଦଖଲକୁ ନେଇ ଗ୍ରାମବାସୀ-ତହସିଲ ପ୍ରଶାସନ ମୁହଁ।ମୁହିଁ

ଧରାକୋଟ,୧।୭(ଡି.ଏନ.ଏ.)-ଧରାକୋଟ ତହସିଲ ପୁଟୁ ଗ୍ରାମବାସୀଙ୍କ ଅଧୀନରେ ରହିଥିବା ପୁଟୁ ମୌଜାର ଗୁହାରିଆ ପଡ଼ିଆର ୫ ଏକର ପରିତ୍ୟକ୍ତ ବେଦଖଲି ରୟତି କିସମରେ ରହିଥିବା ଜମିକୁ ନେଇ...

ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ଏନ୍‌ପିସିଆରଙ୍କ ଜବାବ ତଲବ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (NCPCR) ରିପୋର୍ଟ ତଲବ କରିଛନ୍ତି। ନିଜ ଆଡୁ...

କରୋନା ଯୁଦ୍ଧରେ କର୍ତ୍ତବ୍ୟରତ ମହିଳା ଅଧିକାରୀ, ଧନ୍ୟବାଦ ଜଣାଇଲା ଜିଲା ପ୍ରଶାସନ

ବନ୍ତ,୧୬ା୪(ଡି.ଏନ୍‌.ଏ.) : ମହାମାରୀ କରୋନା ଲକ୍‌ଡାଉନ୍‌ ସମୟରେ ରାତିରେ ଲୋକେ ଘରୁ ବାହାରକୁ ବାହାରିବା ପାଇଁ ଭୟ କରୁଥିବା ବେଳେ ଭଦ୍ରକ ଜିଲା ବନ୍ତ ବ୍ଲକର...

ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପରାମର୍ଶଦାତା କମିଟି ବୈଠକ ଚିହ୍ନଟ: ବିସ୍ଥାପିତଙ୍କ ଥଇଥାନ ନେଇ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୧୪ା୮-ଅବିଭକ୍ତ ଗଞ୍ଜାମ -ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଛେଳିଗଡ଼ ନିକଟରେ ଦୀର୍ଘବର୍ଷରୁ ପ୍ରସ୍ତାବିତ ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ...


Coronavirus Update

Archives

Model This Week

Why Dharitri