କଙ୍କାଳ ନେଇ ବ୍ୟାଙ୍କ ଆଗରେ ରଖିବା ଘଟଣା: ରିପୋର୍ଟ ମାଗିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):କେନ୍ଦୁଝର ପାଟଣା ବ୍ୟାଙ୍କକୁ ଜଣେ ଭାଇ ତାଙ୍କ ଭଉଣୀଙ୍କ ଶବ ନେବା ଘଟଣାକୁ ନେଇ ସବୁଆଡ଼େ ଚର୍ଚ୍ଚା ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ତକ୍ଷେପ କରିବା ପରେ ଶବ ବୋହି ନେଇଯାଇଥିବା ଭାଇଙ୍କୁ ଟଙ୍କା ମିଳିପାରିଛି। ଏଭଳି ଘଟଣା କାହିଁକି ଘଟିଲା ଏବଂ ଏହାର ପୁନରାବୃତ୍ତି ଯେପରି ନ ହେବ ସେ ନେଇ ଉତ୍ତରାଞ୍ଚଳ ଆର୍‌ଡିସି ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ସମ୍ପୂର୍ଣ୍ଣ ତଦନ୍ତ କରି ତୁରନ୍ତ ରିପୋର୍ଟ ଦେବାକୁ କୁହାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଡିଆନାଳି ଗାଁରେ ପହଞ୍ଚି ଜିଲା ପ୍ରଶାସନ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ଜିତୁ ମୁଣ୍ଡାଙ୍କୁ ବ୍ୟାଙ୍କରୁ ୧୯ ହଜାର ୪୦୦ ଟଙ୍କା ପ୍ରଦାନ କରାଯାଇଛି। ଡେଥ୍‌ ସାର୍ଟିଫିକେଟ୍‌ (ମୃତ୍ୟୁ ପ୍ରମାଣପତ୍ର) ଏବଂ ଲିଗାଲ ହେୟାର ସାର୍ଟିଫିକେଟ୍‌ ମଧ୍ୟ ପ୍ରଶାସନ ପକ୍ଷରୁ ତୁରନ୍ତ ପ୍ରଦାନ କରାଯାଇଛି। ଫାଷ୍ଟ ଟ୍ରାକ୍‌ ମୋଡ୍‌ରେ ମେଡିକାଲ ଅଫିସର ପହଞ୍ଚି ଡେଥ୍‌ ସାର୍ଟିଫିକେଟ୍‌ ପ୍ରଦାନ କରିଛନ୍ତି। ଅସହାୟ ବ୍ୟକ୍ତି ଯେପରି ପୁନର୍ବାର ଏଭଳି ପରିସ୍ଥିତିର ସମ୍ମୁଖୀନ ହେବାର ନଜିର ଦେଖିବାକୁ ନ ମିଳେ ସେଥିନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମାଞ୍ଚଳରେ ସରକାରୀ ଏବଂ ବ୍ୟାଙ୍କିଙ୍ଗ୍‌ ସହାୟତା ବିନା ବାଧାରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ଘଟଣା ଘଟିଲା ସେଥିପାଇଁ କାହାର ଅବହେଳା ଅଛି ସେକଥା ଜଣାଇବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଅସୁବିଧାର ସାମ୍ନା କଲେ ଭୟଭୀତ ନ ହୋଇ ପ୍ରଶାସନକୁ ଜଣାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri