କଟକଣାରେ ହେବ ବଳଦଯାତ୍ରା

ଭୁବନ, ୧୦।୧୦(ଡି.ଏନ.ଏ.)

କଟକଣା ମଧ୍ୟରେ ପାଳିତ ହେବ ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା। କରୋନା ସଂକ୍ରମଣ ବଢୁଥିବାରୁ ଚଳିତବର୍ଷ କେବଳ ୨ ସମାଜର ବଳଦକୁ ଶୋଭାଯାତ୍ରାରେ ବାହାର କରିବାକୁ ଅନୁମତି ମିଳିଛି। ନିରାଡ଼ମ୍ବର ଭାବେ ଯାତ୍ରା ସମ୍ପନ୍ନ କରିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଥିବାବେଳେ ଏଥିରେ ସମ୍ମତି ଜଣାଇଛନ୍ତି କମିଟି କର୍ମକର୍ତ୍ତା। ଏହାପରେ ବଳଦଯାତ୍ରାକୁ ନେଇ ଦୀର୍ଘଦିନ ଧରି ଲାଗି ରହିଥିବା ଅନିଶ୍ଚିତତାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।
ବିଶ୍ୱପ୍ରସିଦ୍ଧ ବଳଦଯାତ୍ରା ହେବ କି ନାହିଁ ତାହାକୁ ନେଇ ଦୀର୍ଘଦିନରୁ ଦ୍ୱନ୍ଦ୍ୱ ଲାଗି ରହିଥିଲା। ଦଶହରାକୁ ହାତଗଣତି ଦିନ ବାକି ଥିବାବେଳେ ପ୍ରଶାସନିକ ବୈଠକ ମଧ୍ୟ ବସି ନ ଥିଲା। ଏହାକୁ ନେଇ ଦଶହରା ପୂଜା କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଶୁକ୍ରବାର ସ୍ଥାନୀୟ ଏନ୍‌ଏସି ସଭାଗୃହରେ ତହସିଲଦାର ପ୍ରଭାସ କୁମାର ବେଉରିଆଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା ମହାମାରୀ ସମୟରେ ଲୋକଙ୍କ ଧନଜୀବନ ସୁରକ୍ଷିତ ରଖିବା ଲାଗି ଚଳିତବର୍ଷ ଯାତ୍ରାକୁ ନିରାଡମ୍ବର ଭାବେ ପାଳନ କରିବାକୁ ଉପସ୍ଥିତ କାର୍ଯ୍ୟକର୍ତ୍ତା ସହମତି ଜଣାଇଛନ୍ତି। ଯାତ୍ରା ଆରମ୍ଭ କରିଥିବା ଥୋରିଆ ଏବଂ ବଣିଆ ସମ୍ପ୍ରଦାୟକୁ ବଳଦ ଶୋଭାଯାତ୍ରା ପାଇଁ ଅନୁମତି ମିଳିଛି। ହେଲେ ଚଳିତବର୍ଷ ବଳଦଯାତ୍ରା କେବଳ ଅନୁକୂଳ ଯାତ୍ରାରେ ସୀମିତ ରହିବ। ଭସାଣି ଶୋଭାଯାତ୍ରା ହେବନାହିଁ। ସୁସଜ୍ଜିତ ବଳଦକୁ ଜଗନ୍ନାଥ ମନ୍ଦିରରେ ବନ୍ଦାପନା କରିବା ପରେ ବଡ଼ହାଟଠାରେ ଅନୁକୂଳ ଯାତ୍ରା ସମ୍ପନ୍ନ ହେବ। ସେହିପରି ସରକାରୀ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ପାଇବାକୁ ଥିବା ମୂର୍ତ୍ତିଗୁଡ଼ିକ ୪ ଫୁଟ ବିଶିଷ୍ଟ ହେବ। ଅଧିକ ଜାକ୍‌ଜମକ ହେବନାହିଁ। ପୂଜାସ୍ଥଳରେ ମାତ୍ର ୭ ଜଣଙ୍କୁ ଅନୁମତି ଦିଆଯାଇଛି। ଡାକବାଜି ଯନ୍ତ୍ର ଉପରେ କଟକଣା ଲଗାଯାଇଥିବାବେଳେ ରାବଣପୋଡ଼ି ବନ୍ଦ ରଖାଯାଇଛି।
ବୈଠକରେ ଅତିରିକ୍ତ ତହସିଲଦାର ମନୋଜ ମାଝି, ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ, ସହର ସଙ୍ଗଠନ ସଭାପତି ବାସୁଦେବ ବେହେରା, ପୂଜା କମିଟି କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ା ଆଇନଜୀବୀ କୁଞ୍ଜ ବିହାରୀ ଚିନ୍ନାରା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri