କଟକଣା କୋହଳ ପରେ ଭିଡ଼ ଅସମ୍ଭାଳ: ଛାଇରେ ବସି ରହୁଛି ପୋଲିସ

ଝାରସୁଗୁଡା ଅଫିସ,୮।୫-କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଝାରସୁଗୁଡା ଜିଲାରେ ମଧ୍ୟ ଦୁଇଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହି ଜିଲାକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଛି। ତେବେ ଇତି ମଧ୍ୟରେ କୋହଳ କଟକଣା ପାଇଁ ବହୁ ଦୋକାନ ବଜାର ଖୋଲିଛି। ସକାଳୁ ସନ୍ଧ୍ୟା ରାସ୍ତାରେ ଗାଡ଼ିମୋଟର ଗଡ଼ୁଛି। ଲୋକେ ବି ବାହାରେ ବୁଲୁଛନ୍ତି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ବେଳେ ଝାରସୁଗୁଡା ସହରର କିଷାନ ଛକ, ବସ୍‌ଷ୍ଟାଣ୍ଡ ଛକ, ରେଳ ଷ୍ଟେଶନ ଛକ ଓ ଥାନା ଛକରେ ମାଳ ମାଳ ପୋଲିସ କର୍ମଚାରୀ ଉପସ୍ଥିତ ରହୁଥିଲେ। ସହରରେ ବିନା କାରଣରେ ଯିବା ଆସିବା କରୁଥିବା ଗାଡ଼ିମୋଟର ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିଲେ। ହେଲେ ଏବେ କଟକଣା କୋହଳ ହେବା ପରଠାରୁ ପୋଲିସ ଛକରେ ଛାଇରେ ବସି ରହୁଛି। ଗାଡ଼ିମୋଟର ଯାଞ୍ଚ କରାଯାଉ ନାହିଁ। ଏବେ ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ କୌଣସି ଲୋକ ବାହାରକୁ ନ ବାହାରିବାକୁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ ଏଠାରେ ରାତି ୧୧ଟା ପର୍ଯ୍ୟନ୍ତ ଲୋକେ ବାହାରେ ବୁଲୁଛନ୍ତି। ତେବେ ଏ ସମ୍ପର୍କରେ ଝାରସୁଗୁଡା ଥାନା ଅଧିକାରୀ ସାବିତ୍ରୀ ବଳ କହିଛନ୍ତି ଯେ, ସବୁ ଛକରେ ପୋଲିସ ଯାଞ୍ଚ କରୁଛି। ଗୁରୁବାର ୬୫ଟି ଗାଡି ଜବତ କରାଯାଇଛି। ଶୁକ୍ରବାର ମଧ୍ୟ ପୋଲିସ ଯାଞ୍ଚ ପ୍ରକ୍ରିୟା ଚାଲୁ ରଖିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ନବ ଦାସ ମୃତ୍ୟୁ ଘଟଣା, ଝିଅ ଦୀପାଳିଙ୍କ ଭାଷଣକୁ ନେଇ ବଢିଲାଣି ଚର୍ଚ୍ଚା!

ଭୁବନେଶ୍ୱର,୩୦।୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ଏହା ଭିତରେ ୩ ବର୍ଷ ପୂରଣ ହୋଇଗଲାଣି। ୨୯ ଜାନୁଆରୀ ଗୁରୁବାର ନବଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ସଭା ଝାରସୁଗୁଡା…

ହସ୍ପିଟାଲ୍‌ରେ ଭୟାବହ ଅଗିକାଣ୍ଡ, ସବୁକିଛି ଜଳିପୋଡ଼ି ଛାରଖାର

ଝାରସୁଗୁଡ଼ା,୨୯।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେହେରମାଲସ୍ଥିତ ତ୍ରିଲୋଚନ ନେତ୍ରାଳୟରେ ସଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରୋଗୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବାବେଳେ ଲ୍ୟାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri