କଟକଣା ମଧ୍ୟରେ ଚାଲିବ ହାଟ; ରହିବ ୫ ଫୁଟର ବ୍ୟବଧାନ

ଅନୁଗୋଳ ଅଫିସ, ୧୩।୪- କରୋନା ପାଇଁ ଚାଷୀ କୁଳ ଓ କ୍ଷୁଦ୍ର ବ୍ୟବସାୟୀମାନେ ସମସ୍ୟାରେ ପଡ଼ିଥିଲେ। ବିଶେଷକରି ହାଟଗୁଡ଼ିକ ଉପରେ ପ୍ରଶାସନ ଓ ପୋଲିସ କଟକଣା ଲଗାଇଥିବାରୁ କ୍ଷେତରେ ଫଳିଥିବା ପରିବା ଚାଷୀମାନେ ବିକ୍ରି ପାଇଁ ଆଣିପାରୁ ନ ଥିଲେ। ଫଳରେ ଖାଉଟିମାନେ ଚଢ଼ା ଦରରେ ପନିପରିବା କିଣୁଥିଲେ। ଏବେ କିନ୍ତୁ ଅନୁଗୋଳ ଜିଲାରେ କୌଣସି ହାଟ ବନ୍ଦ ହେବ ନାହିଁ। ସାମାଜିକ ଦୂରତା ରକ୍ଷା ସହ ବ୍ୟବସାୟୀଙ୍କ ମଧ୍ୟରେ ଯଥା ସମ୍ଭବ ଦୂରତା କିପରି ରହିବ ତାହା ଉପରେ ଧ୍ୟାନ ଦିଆଯିବ ବୋଲି ଅନୁଗୋଳ ଏସ୍‌ପି ଜଗମୋହନ ମୀନା ସୂଚନା ଦେଇଛନ୍ତି।
ଏସ୍‌ପି କହିଛନ୍ତି ଯେ, ଜିଲାର ବିଭିନ୍ନ ସ୍ଥାନରେ ବସୁଥିବା ହାଟଗୁଡ଼ିକ ପୂର୍ବ ସ୍ଥାନରେ ହେବ। କିଛି ହାଟ ନିକଟରେ ଥିବା ପଡ଼ିଆକୁ କେତେଜଣ ବ୍ୟବସାୟୀ ଓ ଚାଷୀଙ୍କୁ ଉଠାଯିବ। ପଡ଼ିଆର ବିଭିନ୍ନ ପାର୍ଶ୍ୱରେ ସେମାନଙ୍କୁ ବସାଯାଇ ବ୍ୟବସାୟ କରିବାକୁ ଅନୁମତି ପ୍ରଦାନ କରାଯିବ। ଏ ନେଇ ଜିଲାରେ ଥିବା ସମସ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୋଲିସ ଅଧିକାରୀମାନେ ଉକ୍ତ ଅଞ୍ଚଳକୁ ଯାଇ କେଉଁଠି ବ୍ୟବସାୟୀମାନେ ବସିବେ ତାହାର ବ୍ୟବସ୍ଥା କରିବେ। ଯଥା ସମ୍ଭବ ସେମାନଙ୍କ ମଧ୍ୟରେ ଦୂରତାକୁ ଧ୍ୟାନ ଦିଆଯିବ। ଏହାଦ୍ୱାରା ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହିବା ସହ ଚାଷୀ ଓ କ୍ଷୁଦ୍ର ବ୍ୟବସାୟୀମାନେ ମଧ୍ୟ ଆର୍ଥିକ ସ୍ବଚ୍ଛଳ ହେବେ। ଜିଲାବାସୀ ମଧ୍ୟ କମ୍‌ ଦରରେ ତଟକା ପରିବା ପାଇପାରିବେ। ଅନ୍ୟପକ୍ଷରେ ଅନୁଗୋଳ ସହରରେ ବସୁଥିବା ସାପ୍ତାହିକ ହାଟରେ ଏକ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିଲା। ବ୍ୟବସାୟୀମାନଙ୍କୁ ବିଭିନ୍ନ ପିଣ୍ଡିରେ ବସାଯାଇ ଥିବାବେଳେ ଲୋକଙ୍କ ମଧ୍ୟରେ ଯେପରି ସାମାଜିକ ଦୂରତା ରହିବ। ସେ ନେଇ ପୋଲିସ ପକ୍ଷରୁ ନଜର ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri