କଟକଣା ସହ ଖୋଲିବ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ ବନ୍ଦ ରହିଛି। ଏଥିଯୋଗୁ ଉଚ୍ଚଶିକ୍ଷା କ୍ଷେତ୍ର ଓ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ତେଣୁ ବିକଳ୍ପ ବ୍ୟବସ୍ଥା ସ୍ବରୂପ କେତେକ କଟକଣା ସହିତ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ଖୋଲାଯିବାକୁ ନିଷ୍ପତ୍ତି ହୋଇଛି। ଏନେଇ ସୋମବାର ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖି ଜଣାଇଛନ୍ତି।
ନିର୍ଦ୍ଦେଶ ମୁତାବକ, ଗ୍ରୁପ୍‌-‘ଏ’ର ସମସ୍ତ ଟିଚିଂ, ନନ୍‌ ଟିଚିଂ ଷ୍ଟାଫ୍‌ ଦୈନିକ ଅଫିସ ଆସିବେ। ଗ୍ରୁପ୍‌ ‘ବି’, ‘ସି’ ଓ ‘ଡି’ କର୍ମଚାରୀଙ୍କ ମଧ୍ୟରୁ ୩ ଭାଗରୁ ୧ ଭାଗ ଅଫିସ ଆସିବାକୁ ଚିଠିରେ ଉଲ୍ଲେଖ ରହିଛି। କାର୍ଯ୍ୟାଳୟରେ ସାମାଜିକ ଦୂରତା ଓ ସ୍ବଚ୍ଛତା ଉପରେ ଧ୍ୟାନ ଦେବାକୁ କୁହାଯାଇଛି। ତେବେ ବିଶ୍ୱବିଦ୍ୟାଳୟ ଖୋଲିଲେ ମଧ୍ୟ କୌଣସି ଛାତ୍ରୀଛାତ୍ର ଆସିବେ ନାହିଁ। ପ୍ରତ୍ୟକ୍ଷ ଭାବେ କୌଣସି ଶିକ୍ଷାଦାନ ନ କରିବାକୁ ପରାମର୍ଶ ଦିଆଯିବା ସହ ଆବଶ୍ୟକ ପଡ଼ିଲେ ଅନ୍‌ଲାଇନରେ କ୍ଲାସ ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଥିଓରି, ପ୍ରାକ୍ଟିକାଲ କ୍ଲାସ, ସେମିନାର, ଓ୍ବାର୍କଶପ୍‌ ଆଦିକୁ ଅନ୍‌ଲାଇନରେ କରାଯିବ। ଏଥିସହ ଏବେ କୌଣସି ପରୀକ୍ଷା କରାଯିବ ନାହିଁ। ଯେକୌଣସି ସଟ୍‌ ନୋଟିସ୍‌ ପିରିୟଡ୍‌ରେ ପରୀକ୍ଷା ହୋଇପାରେ। ତେଣୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି କୌଣସି ପିଲା ହଷ୍ଟେଲରେ ରହିପାରିବେ ନାହିଁ ଓ ବିନା ଅନୁମତିରେ ବିଶ୍ୱବିଦ୍ୟାଳୟକୁ ଆସିପାରିବେ ନାହିଁ। ଅନ୍ୟପକ୍ଷରେ ଯେଉଁ ସବୁ ପରୀକ୍ଷା ସରିଛି ତାହାର ମୂଲ୍ୟାଙ୍କନ ହେବ। ତେବେ ଜୋନ୍‌ ସ୍ତରୀୟ ମୂଲ୍ୟାଙ୍କନକୁ ଅନୁମତି ନାହିଁ। ହେଲେ ଅନ୍‌ଲାଇନରେ ପିଏଚ୍‌ଡି ମୌଖିକ ସାକ୍ଷାତ୍‌ କରାଯିବ ବୋଲି ଉକ୍ତ ଚିଠିରେ ସ୍ପଷ୍ଟ ଭାବେ ଉଲ୍ଲେଖ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri