କଟକରେ ପୁଣି ବ୍ୟାପିଲା ଜଣ୍ଡିସ

କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଦୂଷିତ ପରିବେଶ, ଦୂଷିତ ପାଣି ପ୍ରଭାବରେ ଜଣ୍ଡିସ ବ୍ୟାପୁଛି। ସିଏମ୍‌ସି କିମ୍ବା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବିଭିନ୍ନ ଅଞ୍ଚଳରେ ବର୍ଷାପାଣି ଜମିରହି ମଶା, ମାଛିଙ୍କ ପ୍ରାଦୁର୍ଭାବ ବଢୁଛି। ସିଏମ୍‌ସି ପକ୍ଷରୁ ମଶାତେଲ କିମ୍ବା ଧୂଅଁା ବ୍ୟବସ୍ଥା କରାଯାଉନାହିଁ। ଜନସ୍ବାସ୍ଥ୍ୟ ବିଭାଗର ପାଇପଲାଇନ ଫାଟିଯାଇଥିଲେ ମଧ୍ୟ ତାହାକୁ ବଦଳା ଯାଇନାହିଁ। ଫଳରେ ଅଞ୍ଚଳବାସୀ ଦୂଷିତ ପାଣି ପିଇ ଜଣ୍ଡିସରେ ଆକ୍ରାନ୍ତ ହେଉଥିବା କୁହାଯାଉଛି। ପୂର୍ବରୁ ସହରରେ ୨୩ଜଣ ଲୋକ ଜଣ୍ଡିସରେ ଆକ୍ରାନ୍ତ ହୋଇଥିଲେ। ଗଙ୍ଗାମନ୍ଦିର, ଓଡ଼ିଆ ବଜାର, ସୂତାହାଟ, ଦର୍ଜିସାହି ଅଞ୍ଚଳରେ ଜଣ୍ଡିସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଏ ନେଇ ସିଏମ୍‌ସି ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଉମେଶ ପାଣିଗ୍ରାହୀଙ୍କୁ ପଚାରିବାରେ ଆଖଡ଼ାଗଳିରେ ଜଣ୍ଡିସ ଚିହ୍ନଟ ଘଟଣାକୁ ସ୍ବୀକାର କରିବା ସହ ସେହି ଅଞ୍ଚଳରେ ସିଏମ୍‌ସି ପକ୍ଷରୁ ସମସ୍ତ ପ୍ରକାର ନିରାକରଣ ବ୍ୟବସ୍ଥା ଗ୍ରହଣ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri