କଟକରେ ସର୍ବାଧିକ ଭିକାରି, ଦେବଗଡ଼ ଜିଲାରେ ୩ଜଣ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ୫,୯୫୦ ଜଣ ଭିକାରି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧,୦୬୦ଜଣ ଭିକାରି ଅଛନ୍ତି। ସେହିପରି ଗଞ୍ଜାମରେ ୫୪୫, ପୁରୀ ୩୬୬, ମୟୂରଭଞ୍ଜ ୪୮୫, ସମ୍ବଲପୁର ୩୦୩, ସୁନ୍ଦରଗଡ଼ ୪୨୩, ଅନୁଗୋଳ ୨୦୫, ବାଲେଶ୍ୱର ୧୩୧, ଭଦ୍ରକ ୧୨୮, ବଲାଙ୍ଗୀର ୩୪୪, ଢେଙ୍କାନାଳ ୧୩୨, କେନ୍ଦୁଝର ୧୮୯, ଖୋର୍ଦ୍ଧା ୧୯୭, କୋରାପୁଟ ୨୪୯, ନବରଙ୍ଗପୁର ୧୮୩, ରାୟଗଡ଼ା ୧୭୬ ଏବଂ ସୋନପୁରରେ ସର୍ବାଧିକ ୨୮୩ଜଣ ଭିକାରି ରହିଛନ୍ତି। ଶନିବାର ବିଧାନସଭାରେ ବିଜେଡି ସଭ୍ୟ ସୌଭିକ ବିଶ୍ୱାଳଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନାନୁଯାୟୀ ଦେବଗଡ଼ ଜିଲାରେ ସର୍ବନିମ୍ନ ୩ଜଣ ଭିକାରି ଥିବା ବେଳେ ବୌଦ୍ଧରେ ୬, ଗଜପତି ୫୮, ଜଗତ୍‌ସିଂହପୁର ୬୧, ଯାଜପୁର ୬୯, ଝାରସୁଗୁଡ଼ା ୩୮, କଳାହାଣ୍ଡି ୭୪, କନ୍ଧମାଳ ୭୩, କେନ୍ଦ୍ରାପଡ଼ା ୨୨, ମାଲକାନଗରି ୨୮, ନୟାଗଡ଼ ୬୫ ଏବଂ ନୂଆପଡ଼ାରେ ସର୍ବନିମ୍ନ ୩୧ଜଣ ଭିକାରି ଅଛନ୍ତି। ଭିକାରିଙ୍କ ପୁନର୍ବାସ ବ୍ୟବସ୍ଥା କରିବା ଲାଗି ରାଜ୍ୟ ସରକାର ‘ସହାୟ’ ନାମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଚଳିତ ବର୍ଷ ପୁରୀ ଜିଲାରେ ଭିକ୍ଷୁକଙ୍କ ପାଇଁ ୫ଟି ପୁନର୍ବାସ ଗୃହ ପ୍ରତିଷ୍ଠା କରାଯାଇଥିବା ବେଳେ ଭୁବନେଶ୍ୱରଠାରେ ମଧ୍ୟ ଏଭଳି ପୁନର୍ବାସ ଗୃହ ସ୍ଥାପନ କରାଯିବ ବୋଲି ଗୃହରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri