କଟକରେ ୩ ଜଣଙ୍କ ଗଳାକାଟି ହତ୍ୟା ମାମଲା: ନାରାୟଣଙ୍କ ସ୍ତ୍ରୀଙ୍କ ପକ୍ଷରୁ ମାମଲା ରୁଜୁ

କଟକ ଅଫିସ, ୮ା୮: କଟକରେ କିଛିଦିନ ତଳେ ୨୪ଘଣ୍ଟା ମଧ୍ୟରେ ୩ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ନୟାଗଡ଼ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ନାରାୟଣ ଓଏମ୍‌ପି ଅଞ୍ଚଳରେ ଘଟିଥିବା ଦୁଇଟି ହତ୍ୟାକାଣ୍ଡରେ ସମ୍ପୃକ୍ତି ଥିବା ପୋଲିସ କହିଥିଲା। ତେବେ ନାରାୟଣଙ୍କ ସ୍ତ୍ରୀ ଗୀତାଞ୍ଜଳି ଏହାକୁ ବିରୋଧ କରି ବୁଧବାର କଟକ ଜେଏମ୍‌ଏଫ୍‌ସିରେ ମାମଲା ରୁଜୁ କରିଛନ୍ତି। ସେ ଅଭିଯୋଗରେ ଦର୍ଶାଇଛନ୍ତି, ନାରାୟଣ ଜୁଲାଇ ୨୨ରେ ଭୁବନେଶ୍ୱର ସାଲିଆସାହି ସ୍ଥିତ ତାଙ୍କ ଭଉଣୀଙ୍କ ଘରେ ଥିଲେ। ଏହାର ପରଦିନ ସେ ରହୁଥିବା ଗଞ୍ଜାମ ଜିଲା କୁମ୍ପାପଡ଼ା ଘରକୁ ଯାଇଥିଲେ। ୨୪ରେ ସେ ନୟାଗଡ଼ ସୁନାମୁହିଁ ସ୍ଥିତ ତାଙ୍କ ପୈତୃକ ଘରକୁ ଯାଇଥିଲେ। ତେଣୁ ଏହି ସବୁ ଅଞ୍ଚଳର ସିସିଟିଭି ଫୁଟେଜ୍‌କୁ ଯାଞ୍ଚ କରିବା ଲାଗି ଗୀତାଞ୍ଜଳି ନିବେଦନ କରିଛନ୍ତି। ପୋଲିସ ନାରାୟଣଙ୍କୁ ଏହି ଘଟଣାରେ ଫସାଇ ଦେଇଛି। ପୋଲିସ ଯେଉଁ ସିସିଟିଭି ଫୁଟେଜ ଓ ଅନ୍ୟ ଆଧାରରେ ତାଙ୍କୁ ଗିରଫ କରିଛି ତାହାର ବିଧିବଦ୍ଧ ତଦନ୍ତ କରାଯିବାକୁ ଅଭିଯୋଗପତ୍ରରେ ଦର୍ଶାଯାଇଛି। ଜେଏମ୍‌ଏଫ୍‌ସି ଏହି ମାମଲାକୁ ଗ୍ରହଣ କରିଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ବିଶ୍ୱଜିତ ବରାଳ ଏହି ମାମଲା ପରିଚାଳନା କରୁଛନ୍ତି।
ସୂଚନାଯୋଗ୍ୟ, ଗତ ଜୁଲାଇ ୨୩ରେ ୨୪ଘଣ୍ଟା ମଧ୍ୟରେ ୩ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିଲା। ଦୁଇଟି ଘଟଣା ଓଏମ୍‌ପି ଅଞ୍ଚଳରେ ଘଟିଥିବାବେଳେ ଅନ୍ୟଟି ରାଣୀହାଟ ଅଞ୍ଚଳରେ ଘଟିଥିଲା। ଏହି ମାମଲାର ତଦନ୍ତ କରି କଟକ କମିଶନରେଟ୍‌ ପୋଲିସ ୨୯ରେ ନାରାୟଣଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri