Posted inଖେଳ

କଟକ ଦିନିକିଆରେ ଖେଳିବେ ନାହିଁ ଦୀପକ

ନୂଆଦିଲ୍ଲୀ,୧୯।୧୨- କଟକର ବାରବାଟୀ ଷ୍ଟାଡିୟମରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଦିନିକିଆ ସିରିଜ୍‌ର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରୁ ମିଡିୟମ ପେସର ଦୀପକ ଚହର ଆହତ ସମସ୍ୟା ଯୋଗୁ ଦଳରୁ ବାଦ୍‌ ପଡ଼ିଛନ୍ତି। ବିଶାଖାପାଟଣାରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ତାଙ୍କ ପିଠିର ତଳ ଭାଗରେ ଆଘାତ ଲାଗିଥିଲା ବୋଲି ବିସିସିଆଇ ପକ୍ଷରୁ ଗୁରୁବାର କୁହାଯାଇଛି। ବୋର୍ଡର ମେଡିକାଲ ଟିମ୍‌ ଯାଞ୍ଚ କରିବା ପରେ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ଏଣୁ ସେ ୩ୟ ଦିନିକିଆରେ ଖେଳିପାରିବେ ନାହିଁ। ତାଙ୍କ ବଦଳରେ ନବଦୀପ ସାଇନିଙ୍କୁ ଦଳରେ ସାମିଲ କରାଯାଇଛି। ହେଲେ ସେ ଏପର୍ଯ୍ୟନ୍ତ ଦିନିକିଆ ଫର୍ମାଟରେ ପଦାର୍ପଣ କରି ନାହାନ୍ତି। ଏହାସତ୍ତ୍ୱେ ସେ କଟକଠାରେ ଦଳରେ ଯୋଗଦେବେ। ତାଙ୍କ ସହ ମହମ୍ମଦ ଶାମି ଓ ଶାର୍ଦ୍ଦୁଳ ଠାକୁର ଦଳର ପେସ ବିଭାଗ ସମ୍ଭାଳିବେ।


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri