କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ

କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର ଜିଲା ରେଡ୍‌କ୍ରସ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। କଟକ ସହରକୁ ଶ୍ରୀହୀନ କରିବା ନିମନ୍ତେ ଚକ୍ରାନ୍ତ କରାଯାଉଛି। ମୁଖ୍ୟତଃ ସହରରୁ ବହୁ କାର୍ଯ୍ୟାଳୟ ସ୍ଥାନାନ୍ତର ନ କରିବା, ଟ୍ରାଫିକ ନିୟମ କୋହଳ ସମୟକୁ ୬ ମାସ କରିବା, ଉଠା ବ୍ୟବସାୟୀଙ୍କୁ ଥଇଥାନ କରିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ୧୯୯୦ରୁ କଟକ ସହରରୁ ବହୁ ସରକାରୀ କାର୍ଯ୍ୟାଳୟ ଉଠାଇ ନିଆଯାଇଛି। ଏହାବାଦ୍‌ ମଧ୍ୟ ସରକାର ସହରରେ ଥିବା ବଳକା କାର୍ଯ୍ୟାଳୟ ଉଠାଇଦେବା ନିମନ୍ତେ ଚକ୍ରାନ୍ତ ଚଲାଇଛନ୍ତି। ଯାହାକି ଆଗାମୀ ଦିନରେ କଟକ ଶ୍ରୀହୀନ ହୋଇଯିବ। କଟକ ସହରର ରାସ୍ତାପାର୍ଶ୍ୱରେ ବହୁ ସଂଖ୍ୟାରେ ଛୋଟ ବ୍ୟବସାୟୀ ବ୍ୟବସାୟ କରି ପରିବାର ଭରଣପୋଷଣ କରନ୍ତି। କିନ୍ତୁ ଟ୍ରାଫିକ ନିୟମ କଟକଣା ଯୋଗୁ ସେମାନଙ୍କ ବ୍ୟବସାୟ ବନ୍ଦ ହେବାକୁ ବସିଲାଣି। ସେମାନଙ୍କୁ ଥଇଥାନ କରିବା ବଦଳରେ ଉଚ୍ଛେଦ କରାଯାଉଛି। ଦଶହରା ପୂର୍ବରୁ ସହରର ରାସ୍ତାଘାଟ, ନାଳନର୍ଦ୍ଦମା ମରାମତି ପାଇଁ ଦାବି କରାଯାଇଛି। ଏହି ସମସ୍ତ ଦାବି ନେଇ ଆସନ୍ତା ୧୮ରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ଡାକରାକୁ ସଫଳ କରିବା ପାଇଁ ସହରର ବିଭିନ୍ନ ସଙ୍ଗଠନ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ଓଡ଼ିଶା ପୂଜ୍ୟପୂଜା ପରିଷଦ ପଛୁଆବର୍ଗ ମହାସଂଘ, ଓଡ଼ିଶା ଯୁବ ଛାତ୍ର ସଙ୍ଗଠନ, କଟକ ଜିଲା ହରିଜନ ଯୁବକ ସଂଘ, ଓଡ଼ିଶା ବରିଷ୍ଠ ନାଗରିକ ସାମ୍ମୁଖ୍ୟ, ଆମେ ଓଡ଼ିଆ ଏବଂ ଆଞ୍ଚଳିକ ବିକାଶ ପରିଷଦ ସଙ୍ଗଠନ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅଭିଷେକ ଜେନା, ଦେବାଶିଷ ରାଉତ, ସଞ୍ଜିତ ସାମଲ, ଆଶିଷ ମହାପାତ୍ର, ଅରୁଣ ରାଜ, ସୁଜିତ ଦାସ, ସୁବାସ ନାୟକ, ନଳିନୀ ରାୟ, ମନୋଜ ରାଉତ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri