କଟ୍ଟ୍ରେଲଙ୍କୁ ପରିହାସ କଲେ ସାମି

ମାଞ୍ଚେଷ୍ଟର,୨୮।୬(ପିଟି)- ଉଇକେଟ ନେବା ପରେ ଓ୍ବେଷ୍ଟଇଣ୍ଡିଆନ ପେସର ଶେଲଡନ କଟ୍ଟ୍ରେଲ ସର୍ବଦା ସାଲ୍ୟୁଟ କରନ୍ତି, ଯାହାକି ଚଳିତ ବିଶ୍ୱକପ୍‌ରେ ଏକ ଟ୍ରେଣ୍ଡ ପାଲଟିଯାଇଛି। ଏହାଦ୍ୱାରା ସେ ଜାମାଇକାନ ଡିଫେନ୍ସ ଫୋର୍ସ (ଜେଡିଏଫ୍‌) ପ୍ରତି ଶ୍ରଦ୍ଧାଞ୍ଜଳି ଜଣାନ୍ତି। କିନ୍ତୁ ଚଳିତ ବିଶ୍ୱକପ୍‌ରୁ ବହୁ ଖେଳାଳି କଟ୍ଟ୍ରେଲଙ୍କୁ ପରିହାସ କରିବା ଲାଗି ତାଙ୍କ ଭଳି ସାଲ୍ୟୁଟ କରୁଛନ୍ତି। ଓଲ୍ଡ ଟ୍ରାଫୋର୍ଡଠାରେ ଖେଳାଯାଇଥିବା ଭାରତ ବିପକ୍ଷ ମ୍ୟାଚ୍‌ରେ କଟ୍ଟ୍ରେଲଙ୍କୁ ୩୦ତମ ଓଭରରେ ୟୁଜଭେନ୍ଦ୍ର ଚହଲ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ କରିଥିଲେ। ସେ ପ୍ୟାଭିଲିଅନ ଫେରୁଥିବାବେଳେ ଫିଲ୍ଡିଂ କରୁଥିବା ସାମି ତାଙ୍କ ସାଲ୍ୟୁଟର ନକଲ କରିଥିଲେ। କିଛି ପ୍ରଶଂସକ ସାମିଙ୍କୁ ଏଥିନେଇ ସମାଲୋଚନା କରିବା ସହ ଆର୍ମିଙ୍କୁ ଅପମାନିତ କରିଥିବା କହିଛନ୍ତି। ଏ ସମ୍ପର୍କରେ କଟ୍ଟ୍ରେଲ ହିନ୍ଦୀ ଭାଷାରେ ଟୁଇଟ୍‌ କରିଛନ୍ତି ଯେ, ବହୁତ ମଜା ଲାଗିଲା। ଭଲ ବୋଲିଂ। ନକଲ କରିବା ସବୁଠୁ ବଡ଼ ଚାପଲୁସି। ଉଲ୍ଲେଖଥାଉ କି, ବାମହାତୀ ପେସର କଟ୍ଟ୍ରେଲ ୧୦ ଓଭର ବୋଲିଂ କରି ୫୦ ରନ୍‌ ବ୍ୟୟରେ ୨ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?