କଣିହାଁରେ ପ୍ରତିଷ୍ଠା ହେବ ଜେଏମ୍‌ଏଫ୍‌ସି

କଣିହାଁ, ୪ା୨(ଡି.ଏନ.ଏ.)

ଅନୁଗୋଳ ଜିଲା କଣିହାଁ ବ୍ଲକରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମ୍‌ଏଫସି) ପ୍ରତିଷ୍ଠା ହେବ। ଏ ନେଇ ସୋମବାର ଅପରାହ୍ନ ୫ଟାରେ ଜିଲା ଦୌରାଜଜ୍‌ ଅଶାନ୍ତ କୁମାର ଦାସ କଣିହାଁ ପରିଦର୍ଶନରେ ଆସି ଏହି ସୂଚନା ଦେଇଛନ୍ତି। କୋର୍ଟର ନୂତନ କୋଠା ନିର୍ମାଣ ପାଇଁ ତହସିଲ ତରଫରୁ ୨ ଏକରରୁ ଅଧିକ ଜାଗା ଚିହ୍ନଟ କରାଯାଇଛି। ଏହି କାର୍ଯ୍ୟ ବର୍ଷେ ମଧ୍ୟରେ ଶେଷ ହେବ। ତେବେ ବର୍ତ୍ତମାନ କଣିହାଁ ଡାକବଙ୍ଗଳା ତଥା ପୁରୁଣା ତହସିଲ କାର୍ଯ୍ୟାଳୟଠାରେ କୋର୍ଟ ଖୋଲାଯିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ଜିଲା ଦୌରାଜଜ୍‌ଙ୍କ ସହ ତହସିଲଦାର ଅଂଶୁମାନ ଶତପଥୀ, ବିଡିଓ ରମେଶ କୁମାର ଜେନା, ଆଇନଜୀବୀ ତ୍ରିପୁରାରୀ ପ୍ରଧାନ, ଡାକ୍ତର ବେହେରା ଉକ୍ତ ସ୍ଥାନ ପରିଦର୍ଶନ କରିଥିଲେ। ଭିତ୍ତିଭୂମି ପାଇଁ ପୁରୁଣା କୋଠାର ମରାମତି ସହ ନବୀକରଣ କାର୍ଯ୍ୟ ୨ ମାସ ମଧ୍ୟରେ ଶେଷ କରାଯାଇ ଆସନ୍ତା ଏପ୍ରିଲ ସୁଦ୍ଧା ନ୍ୟାୟାଳୟ ଚାଲିବ ବୋଲି ସ୍ଥିର ହୋଇଛି। ଏହା ପୂର୍ବରୁ କାର୍ଯ୍ୟ ଶେଷ ହୋଇପାରିଲେ କୋର୍ଟ ଚାଲିବ ବୋଲି ଜିଲା ଦୌରାଜଜ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପ୍ରଧାନମନ୍ତ୍ରୀଙ୍କ ଅଙ୍ଗ, ବଙ୍ଗ, କଳିଙ୍ଗ ମିଶନ ପୂରା: ଓଡ଼ିଶାବାସୀଙ୍କ ପାଇଁ ଦ୍ବିତୀୟ ଘର କୋଲକାତା କହିଲେ…

ଭୁବନେଶ୍ୱର,୮।୫: ବଙ୍ଗ ବିଜୟ ଅବିସ୍ମରଣୀୟ ଯାତ୍ରା କହିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି,୨୦୧୧ରେ ୩ ଆସନରୁ ୨୦୨୬ରେ ୨୦୦ ପାର୍‌ ଏକ ଅବିସ୍ମରଣୀୟ ଯାତ୍ରା।…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri