କଣିହାଁ ବ୍ଲକ ଅଞ୍ଚଳରେ ହାତୀ ଆତଙ୍କ

କଣିହାଁ,୧୭।୭(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଦୀର୍ଘ ୧୫ ଦିନ ହେବ ଦେବଗଡ ଜିଲା ଅଞ୍ଚଳରୁ ଆସିଥିବା ୩ ହାତୀ ବ୍ଲକ ଅଞ୍ଚଳରେ ଆତଙ୍କ ଖେଳାଇଛନ୍ତି। କଣିହାଁ ବନାଞ୍ଚଳ ଅଧୀନ ଜଙ୍ଗଲ ଛାଡ଼ି ଉକ୍ତ ହାତୀ ଯାଉନାହାନ୍ତି। ଅନ୍ୟପକ୍ଷରେ ହାତୀ ରାଜପଥରେ ଅଟକି ରହୁଥିବାରୁ ଜନସାଧାରଣ ଭୟଭୀତ ହୋଇପଡ଼ୁଛନ୍ତି। ସେହିପରି ରାତିଅଧରେ ବିଭିନ୍ନ ଗ୍ରାମକୁ ପଶି ଜନସାଧାରଣଙ୍କ ଘର ଭାଙ୍ଗିବା ସହିତ ଫସଲ ଉଜାଡ଼ି ଦେଉଛନ୍ତି। ହାତୀପଲକୁ ଘଉଡ଼ାଇବାରେ ବନ ବିଭାଗ ବିଫଳ ହୋଇଛି। ଏଥିଯୋଗୁ ବ୍ଲକର ରେଙ୍ଗାଳି, ଦଲକ, ବାଲିପଶି, ବଜ୍ରକୋଟ, ହନୁମାନପୁର, ତାଳପଦା ଓ କଣିହାଁ ପଞ୍ଚାୟତର ୨୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସୋମବାର ରାତିରେ ବଡ଼ଗୁଣ୍ଡୁରୀ ପଞ୍ଚାୟତ ଅଞ୍ଚଳକୁ ଛେଣ୍ଡିପଦା ବନାଞ୍ଚଳରୁ ଏକ ଦନ୍ତା ହାତୀ ଆସି ଧାନ ଫସଲ ନଷ୍ଟ କରିଛି। ହାତୀଙ୍କ ସୁରକ୍ଷା ପାଇଁ ସୋମବାର ରାତି ୯ଟାରୁ ୨ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ କରାଯାଇଥିଲା। କଣିହାଁ ବନାଞ୍ଚଳ ଅଧିକାରୀ ପ୍ରତାପ ରାଉଳ କହିଛନ୍ତି, ବଇଣ୍ଡାରୁ ଆସିଥିବା ହାତୀ ପଳାଇଛନ୍ତି। ଦେବଗଡ଼ ଜିଲା ଅଞ୍ଚଳରୁ ଆସିଥିବା ଆଉ ୩ ହାତୀ ଏଠାରେ ରହି ବ୍ୟାପକ କ୍ଷୟକ୍ଷତି ଚଳାଇଛନ୍ତି। କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ। ହାତୀ ଘଉଡ଼ାଇବା ପାଇଁ ବନକର୍ମଚାରୀ, ଫରେଷ୍ଟର ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri