କଣ୍ଟାକ୍ଟ ଟ୍ରେସିଂ ପରେ ସିଲ୍‌ ହୋଇପାରେ ଝାରପଡ଼ା, ମଧୁସୂଦନ ନଗର

ଭୁବନେଶ୍ୱର, ୮ା୪(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ମୋଟ ୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରେ ୩୫ଜଣ ରହିଛନ୍ତି। ତେଣୁ ସଂକ୍ରମଣ ରୋକିବାକୁ ଆକ୍ରାନ୍ତ ରହୁଥିବା ଅଞ୍ଚଳ ଓ ସଂସ୍ପର୍ଶରେ ଆସିଥିବା ଅଞ୍ଚଳକୁ ସିଲ୍‌ କରାଯାଉଛି। ଇତିମଧ୍ୟରେ ଭୁବନେଶ୍ୱରର ୫ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯାଇଥିବାବେଳେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଝାରପଡ଼ା ଓ ମଧୁସୂଦନ ନଗରକୁ ସିଲ୍‌ କରାଯିବାକୁ ଯୋଜନା ଚାଲିଛି। ସୋମବାର ଝାଡପଡା ଅଞ୍ଚଳର ଜଣେ ୭୨ ବର୍ଷୀୟା ବୃଦ୍ଧଙ୍କର ମୃତ୍ୟୁ ଘଟିଥିବାବେଳେ ମଙ୍ଗଳବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହା ରାଜ୍ୟର ପ୍ରଥମ କରୋନା ମୃତ୍ୟୁ ହୋଇଥିବାରୁ ପ୍ରଶାସନିକ ତତ୍ପରତା ବଢ଼ିଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଖୋଜା ଚାଲିଛି। ଏଥିସହ ଏହି ଅଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଛି। ସେପରି କିଛି ଘଟଣା ନଜରକୁ ଆସିଲେ ଝାରପଡ଼ା ଅଞ୍ଚଳକୁ ସିଲ୍‌ କରାଯିବ ବୋଲି ଦକ୍ଷିଣ ପୂର୍ବ ଜୋନାଲ କମିଶନର ଅଂଶୁମାନ ରଥ କହିଛନ୍ତି।
ସେହିପରି ୟୁନିଟ୍‌-୪ ମଧୁସୂଦନନଗର ମଧ୍ୟ ବିଏମ୍‌ସିର ଦକ୍ଷିଣ ପୂର୍ବ ଜୋନ ଅଧିନରେ ହିଁ ଯାଉଛି। ସେଠାରେ ବି ଜୋନାଲ ଡାକ୍ତରୀ ଟିମ୍‌ ଓ ଜୋନାଲ ସ୍କ୍ବାଡ୍‌ ନିଜ ନିଜର କାମ ଜାରି ରଖିଛନ୍ତି। ଯଦି ମଧୂସୁଦନ ନଗରରୁ ଚିହ୍ନଟ ପଜେଟିଭ୍‌ ବ୍ୟକ୍ତିଙ୍କ ସଂସ୍ପର୍ଶରେ କେହି ଆସିଥିବା ଜଣାପଡିବ ତେବେ ଆବଦ୍ଧ ଅଞ୍ଚଳ ଭାବେ ଘୋଷଣା କରାଯାଇ ସିଲ୍‌ ହେବ। ଏଥିସହ ଅନ୍ୟ ଆବଦ୍ଧ ଅଞ୍ଚଳ ପରି ଝାରପଡ଼ା ଓ ମଧୁସୂଦନ ନଗରବାସୀଙ୍କୁ ବିଏମ୍‌ସି ଅତ୍ୟାବଶ୍ୟକ ସେବା ଯୋଗାଇଦେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri