କଣ୍ଟାକ୍ଟ ଟ୍ରେସିଂ ପାଇଁ ଘାଣ୍ଟି ହେଉଛି ପ୍ରଶାସନ

ପୁରୀ ଅଫିସ,୧୯ା୫: ଜଣେ ଅଭିଯୁକ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁରୀ ପୋଲିସ ଏବଂ ପ୍ରଶାସନର ଚିନ୍ତା ବଢିଯାଇଛି। ଚିହ୍ନଟ ପୂର୍ବରୁ ଅଭିଯୁକ୍ତ ଜଣକ ଥାନା, ଡାକ୍ତରଖାନା, କୋର୍ଟ, ଜେଲ୍‌ ସମେତ ବିଭିନ୍ନ ସ୍ଥାନକୁ ଯାଇଛନ୍ତି। ତାଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା କୁହାଯାଉ ଥିବାରୁ କଣ୍ଟାକ୍ଟ ଟ୍ରେସିଂ ଲାଗି ପ୍ରଶାସନ ଘାଣ୍ଟି ହେଉଛି। ଅନ୍ୟପକ୍ଷରେ କୁମ୍ଭାରପଡ଼ା ଥାନା, ଜିଲା ମୁଖ୍ୟ ଚିକିତ୍ସାଳୟର ପାଥୋଲାବ, ଏସ୍‌ଡିଜେଏମ୍‌ଙ୍କ କୋର୍ଟ ସମେତ ପୁରୀ ଜିଲା କାରାଗାରକୁ ଯୁଦ୍ଧକାଳୀନ ଭିତ୍ତିରେ ବିଶୋଧନ କରାଯାଇଛି। ଥାନା ଏବଂ ଜେଲ୍‌ କର୍ମଚାରୀ (ଯେଉଁମାନେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି)ଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଛି। ଏଥିସହ ଅଭିଯୁକ୍ତଙ୍କ ଘର ନରେନ୍ଦ୍ରକୋଣ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ପ୍ରଶାସନ। ବଡଦାଣ୍ଡର ମାର୍କେଟ ଛକଠାରୁ ଅକ୍ଷୟ ପାତ୍ର ଲେନ୍‌, ଭାୟା ନରେନ୍ଦ୍ରକୋଣ ଲେନ୍‌, ନରେନ୍ଦ୍ରକୋଣ ଛକ, ବ୍ରହ୍ମ ଜାଗା ମହାବୀର ଛକ ପର୍ଯ୍ୟନ୍ତ ରାସ୍ତାକୁ ସମ୍ପୂର୍ଣ୍ଣ ଭାବେ ସିଲ୍‌ କରିଦିଆଯାଇଛି। ଏହି ଆବଦ୍ଧ ଅଞ୍ଚଳ ମଧ୍ୟକୁ କେହି ପ୍ରବେଶ କରିପାରିବେ ନାହିଁ କିମ୍ବା ଏହି ଅଞ୍ଚଳରୁ କେହି ବାହାରକୁ ଯାଇପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି। ସୋମବାର ସକାଳଠାରୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ। ପୌର ପ୍ରଶାସନ ପକ୍ଷରୁ ଉକ୍ତ କଣ୍ଟେନମେଣ୍ଟ ଜୋନ୍‌ରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ, ପନିପରିବା ଆଦି ଯୋଗାଇ ଦିଆଯିବ।
ଏକ ଡକାୟତି ଘଟଣାରେ କୁମ୍ଭାରପଡ଼ା ଥାନା ପୋଲିସ ୪ଦିନ ତଳେ ୩ଜଣ ଅଭିଯୁକ୍ତଙ୍କୁ ଧରିଥିଲା। ଥାନାରେ ସେମାନଙ୍କୁ କେତେକ ପୋଲିସ କର୍ମଚାରୀ ପଚରାଉଚରା କରିଥିଲେ। ମାମଲା ରୁଜୁ ପରେ ସେମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ତେବେ କୋଭିଡ-୧୯ ନିୟମାନୁଯାୟୀ କୋର୍ଟଚାଲାଣ ପୂର୍ବରୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ପାଥୋଲାବକୁ ନିଆଯାଇ ସେମାନଙ୍କର ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଥିଲା। ଏହାପରେ ସମସ୍ତଙ୍କୁ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜିଲା କାରଗାରକୁ ପଠାଯାଇଥିଲା। ରବିବାର ଏମାନଙ୍କର ରିପୋର୍ଟ ଆସିଥିଲା। ୨ଜଣଙ୍କ ରିପୋର୍ଟ ନେଗେଟିଭ ଥିବାବେଳେ ଜଣଙ୍କର ପଜିଟିଭ ବାହାରିଛି। ଅଭିଯୁକ୍ତ କିପରି ସଂକ୍ରମଣ ହେଲେ ତାହା ଏବେ ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି। ସେହିପରି ଥାନା, ପାଥୋଲାବ, କୋର୍ଟ, ଜେଲ୍‌ ପରିସରରେ ତାଙ୍କ ସଂସ୍ପର୍ଶରେ ଏକାଧିକ ବ୍ୟକ୍ତି ଆସିଥିବାରୁ ସମସ୍ତେ ଏବେ ଚିନ୍ତାରେ ପଡ଼ିଛନ୍ତି।
ରବିବାର ସନ୍ଧ୍ୟାରୁ କୁମ୍ଭାରପଡ଼ା ଥାନା ଆଇଆଇସିଙ୍କ ସମେତ ଅନ୍ୟ କର୍ମଚାରୀମାନେ କ୍ବାରାଣ୍ଟାଇନରେ ରହିଛନ୍ତି। ସୋମବାର ସେମାନଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସେହିପରି ଜିଲା କାରଗାରର ୫ କର୍ମଚାରୀଙ୍କର ସ୍ବାବ୍‌ ସଂଗ୍ରହ ହୋଇଛି। ଜେଲ୍‌ରେ ସମ୍ପୃକ୍ତ ଅଭିଯୁକ୍ତ ଯେଉଁ ଅନ୍ୟ ବିଚାରାଧୀନ କଏଦୀଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କର ମଧ୍ୟ ସ୍ବାବ୍‌ ସଂଗ୍ରହ କରାଯିବ ବୋଲି ସୂଚନା ମିଳିଛି। କୋର୍ଟରେ ସେ ହାଜର ବେଳେ କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନୀଳକଣ୍ଠ ମିଶ୍ର କହିଛନ୍ତି, ସମ୍ପୃକ୍ତ ଅଭିଯୁକ୍ତ କେଉଁଠୁ ସଂକ୍ରମିତ ହେଲେ ତାହା ଜାଣିବା ପାଇଁ ଚେଷ୍ଟା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri