କଣ୍ଟାପଡ଼ାକୁ ଫେରିବା ପାଇଁ ପଞ୍ଜୀକରଣ କରିଛନ୍ତି ୯୩୫ ପ୍ରବାସୀ, ପ୍ରଥମ ପର୍ଯ୍ୟାୟରେ ଫେରିଲେ ୧୨ ଜଣ

କଣ୍ଟାପଡ଼ା,୧୧ା୫(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ସାରାଦେଶରେ କାର୍ଯ୍ୟରତ ଶ୍ରମିକଙ୍କ ଘରବାହୁଡ଼ା ଜାରିରହିଛି। ରବିବାର ରାତିରେ ସୁରଟରେ କାମ କରୁଥିବା କଟକ ଜିଲା କଣ୍ଟାପଡ଼ା ବ୍ଲକର ଶ୍ରମିକ ଘରକୁ ଫେରିଛନ୍ତି। କଣ୍ଟାପଡ଼ା ବ୍ଲକ ପ୍ରଶାସନ ଉକ୍ତ ପ୍ରବାସୀଙ୍କୁ ଜଟଣୀ ରେଳ ଷ୍ଟେଶନରୁୁ ଗାଡ଼ି ଯୋଗେ କଣ୍ଟାପଡ଼ାକୁ ଆଣିବା ପରେ ସେମାନଙ୍କ ମଧ୍ୟରୁ ଅଡ଼ଶପୁର କ୍ୱାରାଣ୍ଟାଇନ ସେଣ୍ଟରକୁ ୪ଜଣ, ଉତ୍ତାରଣକୁ ୩, କଣ୍ଟାପଡ଼ାକୁ ୨, ବଡ଼ପାଟସୁନ୍ଦରପୁର, ବ୍ରାହ୍ମଣସାଇଲୋ ଓ ଝାରପଡ଼ା କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଜଣେ ଲେଖାଏ ପ୍ରବାସୀଙ୍କୁ ପଠାଇ ଦିଆଯାଇଛି। କଣ୍ଟାପଡ଼ା ବ୍ଲକକୁ ଫେରିବା ପାଇଁ ୯୩୫ ଜଣ ପ୍ରବାସୀ ନାମ ପଞ୍ଜୀକରଣ କରିଥିବାବେଳେ ସୋମବାର ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୧୨ ଓଡ଼ିଆ ଫେରିଥିବା ଜଣାପଡ଼ିଛି। ଅଧିକାଂଶ କ୍ୱାରାଣ୍ଟାଇନ୍‌ ସେଣ୍ଟର ଜନବସତି ଅଞ୍ଚଳରେ ହୋଇଥିବାରୁ ଏହି କେନ୍ଦ୍ର ଉପରେ ପ୍ରଶାସନ କଡ଼ା ନଜର ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri