କଣ୍ଟେନମେଣ୍ଟ ଜୋନ୍‌ରେ ଜିଲାପାଳଙ୍କ ଅଫିସ

ପୁରୀ ଅଫିସ,୧୮ା୬: କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧ ଅଞ୍ଚଳ)ରେ ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ। ପୁରୀ କୋର୍ଟ ପରିସରର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ପ୍ରଶାସନ ପକ୍ଷରୁ ତ୍ୱରିତ୍ୱ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟ ସମେତ ଏହାର ଆଖପାଖ କାର୍ଯ୍ୟାଳୟ ଏବଂ ଅଞ୍ଚଳକୁ ସାନିଟାଇଜ କରାଯାଇଛି। ଏଥିସହ ଜିଲାପାଳ ବଲୱନ୍ତ ସିଂ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି। ଇଲେକ୍ଟ୍ରି ଅଫିସ ଛକଠାରୁ ଜିଲା ରେକର୍ଡ ରୁମ୍‌ ଶେଷ, ଜିଲା ରେକର୍ଡ ରୁମ୍‌ଠାରୁ ସମୁଦ୍ରକୂଳ ଥାନା ଛକ ପଛପାର୍ଶ୍ୱ, ସମୁଦ୍ରକୂଳ ଥାନା ଛକ ପଛ ପାର୍ଶ୍ୱରୁ ଜିଲା ସିଭିଲ କୋର୍ଟ ପଛପାର୍ଶ୍ୱ ଶେଷ ଏବଂ ସେଠାରୁ ତହସିଲ ଅଫିସ, ଡିଆର୍‌ଡିଏ ଅଫିସ ଏବଂ ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଇଲେକ୍ଟ୍ରି ଅଫିସ ଛକକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯାଇଛି। ଏହା ମଧ୍ୟରେ ଖୋଦ୍‌ ଜିଲାପାଳଙ୍କ ଅଫିସ ସହିତ ତହସିଲ, ଡିଆରଡିଏ ଏବଂ ଉପଜିଲାପାଳଙ୍କ କାର୍ଯ୍ୟାଳୟ, ପୁରୀ କୋର୍ଟ ଆଦି ଅନେକ କାର୍ଯ୍ୟାଳୟ ରହିଛି।
ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଜିଲା ସିଭିଲ କୋର୍ଟ ପରିସରର ଜଣେ ବ୍ୟକ୍ତି ମଙ୍ଗଳବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୧୧ରୁ ୧୫ ତାରିଖ ମଧ୍ୟରେ କୋର୍ଟରେ ହାଜର ହୋଇଥିବା ୩ ଅଭିଯୁକ୍ତଙ୍କ ରିପୋର୍ଟ ପଜିଟିଭ ରହିଛି। ଏତଦ୍‌ବ୍ୟତୀତ କୋର୍ଟକୁ ଆସୁଥିବା ଜଣେ ଆଇନଜୀବୀଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ତେଣୁ ସଂକ୍ରମଣ ବ୍ୟାପିବା ଆଶଙ୍କାରେ ପ୍ରଶାସନ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି। ଏହି ଆବଦ୍ଧ ଅଞ୍ଚଳ ମଧ୍ୟରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅଫିସ୍‌, ବ୍ୟବସାୟିକ ପ୍ରତିଷ୍ଠାନ, କୋର୍ଟ ସବୁ ବନ୍ଦ ରହିବ। ଏହି ଅଞ୍ଚଳକୁ କେହି ପ୍ରବେଶ କରିପାରିବେ ନାହିଁ କିମ୍ବା ଏହି ଅଞ୍ଚଳରୁ କେହି ବାହାରକୁ ଯାଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ଜାରି ହୋଇଛି। ବୁଧବାର ପୂର୍ବାହ୍ନ ୧୦ଟାରୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି କୁହାଯାଇଛି। ଏହି କଣ୍ଟେନମେଣ୍ଟ ଜୋନରେ ଅତ୍ୟାବଶ୍ୟକ ସାମଗ୍ରୀ ଓ ଔଷଧ ଯୋଗାଇବା ଲାଗି ପୁରୀ ପୌର ନିର୍ବାହୀ ଅଧିକାରୀଙ୍କ ନେତୃତ୍ୱରେ ଏକାଧିକ ଟିମ୍‌ ଗଠନ କରାଯାଇଛି।
ଏ ସମ୍ପର୍କରେ ଜିଲାପାଳ କହିଛନ୍ତି, କଣାସ ଓ ଗଡ଼ିିଶାଗଦାର ୨ ଅଭିଯୁକ୍ତଙ୍କର କରୋନା ପଜିଟିଭ ବାହାରିଛି। ସେହିପରି ଗତ ୧୩ ତାରିଖରେ ବ୍ରହ୍ମଗିରିର ଜଣେ ଅଭିଯୁକ୍ତଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ ଜଣେ ଆଇନଜୀବୀ ଓ ଜଣେ ମୋହରିର ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ମୋହରିରଙ୍କ ସହଧର୍ମିଣୀ କୋର୍ଟରେ କାମ କରନ୍ତି। ତେଣୁ ଏ ସବୁକୁ ଦୃଷ୍ଟିରେ ରଖି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ୨/୩ ଦିନ ମଧ୍ୟରେ କଣ୍ଟାକ୍ଟ ଟ୍ରେସିଂ କାମ ବ୍ୟାପକ କରାଯିବ। ପଜିଟିଭ ଚିହ୍ନଟଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ନମୁନା ସଂଗ୍ରହ କରାଯାଇ କୋଭିଡ୍‌ ଟେଷ୍ଟ କରାଯିବ। କଣ୍ଟେନମେଣ୍ଟ ଜୋନ୍‌ ମଧ୍ୟରେ ଥିବା କାର୍ଯ୍ୟାଳୟଗୁଡ଼ିକର ଅଧିକାରୀ ଏବଂ କର୍ମଚାରୀଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଘରେ ରହି କାମ କରିବା ପାଇଁ କୁହାଯାଇଛି। ସିଡବ୍ଲ୍ୟୁସି ଅଫିସକୁ ମଧ୍ୟ ସିଲ୍‌ କରାଯାଇ ସାନିଟାଇଜ୍‌ କରାଯିବ। ସେଠାକାର ଯେଉଁ କର୍ମଚାରୀ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବେ ତାଙ୍କର ମଧ୍ୟ କୋଭିଡ୍‌ ଟେଷ୍ଟ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri