କଣ୍ଟେନମେଣ୍ଟ ଜୋନ୍‌ରେ ପୋଲିସକୁ ପଥର ମାଡ଼

ରାଉରକେଲା ଅଫିସ,୫।୫: ସ୍ଥାନୀୟ ନାଲାରୋଡ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ସାଢେ ୧ଟା ସମୟରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ କରିବା ସହ ବ୍ୟାରିକେଡ୍‌ ଭାଙ୍ଗି ଦେଇଥିଲେ। ଶତାଧିକ ମହିଳା ଓ ପୁରୁଷ ମହତାବ ରୋଡ୍‌ ଆନନ୍ଦ ଭବନ ଲେନ୍‌ ନିକଟରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। ଏହାକୁ ପୋଲିସ ପ୍ରତିରୋଧ କରିବାରୁ ସେମାନେ ପୋଲିସ ଉପରକୁ ପଥର ମାଡ଼ କରିଥିଲେ। ଫଳରେ ସୁରକ୍ଷା କର୍ମୀ ନିଜକୁ ବଞ୍ଚାଇବାକୁ ପାଖରେ ଥିବା ଦୋକାନ ଛାତ ତଳକୁ ଚାଲି ଆସିଥିଲେ। ତଥାପି ପଥର ମାଡରେ ୪ରୁ ୫ଜଣ ପୋଲିସ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ଜଣାପଡିବା ପରେ ପଶ୍ଚିମାଞ୍ଚଳ ଡିଆଇଜି କବିତା ଜଲାନ, ଏସ୍‌ପି କେ.ଶିବା ସୁବ୍ରମଣିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଥିଲେ। ସମ୍ପୃକ୍ତ ଅଞ୍ଚଳକୁ ସାନିଟାଇଜ କରାଯିବା ପରେ ପୋଲିସ ଅଧିକାରୀମାନେ ବ୍ୟାରିକେଡ୍‌ ନିକଟକୁ ଆସି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ପରିସ୍ଥିତି ଶାନ୍ତ ପଡିଥିଲା।
ସୂଚନାଯୋଗ୍ୟ, ଗତ ୭ ଦିନ ହେବ ଉପରୋକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସୋମବାର ସକାଳୁ ସମ୍ପୃକ୍ତ ଅଞ୍ଚଳରେ ଆଉ ଜଣେ କରୋନା ପଜିଟିଭ ମହିଳା(୨୯)ଙ୍କୁ ଚିହ୍ନଟ କରାଯାଇଛି। ଚିକିତ୍ସା ନିମନ୍ତେ ତାଙ୍କୁ ହାଇଟେକ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୭ ଦିନ ହେବ ଆବଦ୍ଧ ହୋଇ ରହିଥିବା ସ୍ଥାନୀୟ ବାସିନ୍ଦା ଗତ ଦୁଇଦିନ ହେବ ପୋଲିସ କର୍ମଚାରୀଙ୍କୁ ଗାଳିଗୁଲଜ କରିବା ସହ ସର୍ଭେ ପାଇଁ ଆସିଥିବା ଆଶାକର୍ମୀଙ୍କୁ ମଧ୍ୟ ସହଯୋଗ କରି ନ ଥିଲେ। ଘରୁ ପଦାକୁ ବାହାରିପାରୁ ନ ଥିବା ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢିଥିବା ଅନୁମାନ କରାଯାଉଛି। ଏହି ଅଞ୍ଚଳରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ସ୍ଥାନୀୟ ଲୋକଙ୍କୁ ନିରାଶ କରିଛି। ଆଗାମୀ ଦିନରେ କଣ୍ଟେନମେଣ୍ଟ ଉଠିବା ନେଇ ଆଶା କରୁଥିବା ଲୋକେ ନିରାଶ ହେବା ପରେ ଏଭଳି କାଣ୍ଡ ଭିଆଇଥିବା ଅନୁମାନ କରାଯାଉଛି। ତେବେ ଉକ୍ତ ଘଟଣା ପଛରେ ରହିଥିବା ଅନ୍ୟ କାରଣ ଖୋଜିବାକୁ ଜିଲା ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଉକ୍ତ ଘଟଣା ପରେ ନାଲା ରୋଡ୍‌ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri