କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍‌ କ୍ୟାମେରା

ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୧୯ ଛୁଇଁଛି। ସମୁଦାୟ ୨୧ଟି କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ ପଞ୍ଚାୟତ ଅଞ୍ଚଳରେ ଗତିବିଧି ଉପରେ ନଜର ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଡ୍ରୋନ୍‌ କ୍ୟାମେରାର ସହାୟତା ନିଆଯାଇଛି। ଏଥିନେଇ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଭଣ୍ଡାରିପୋଖରୀ ବ୍ଲକର ତେସିଙ୍ଗା ପଞ୍ଚାୟତରେ ଡ୍ରୋନ୍‌ ଉଡ଼ିଛି। ଏହି କ୍ୟାମେରା ଉକ୍ତ ଅଞ୍ଚଳରେ ଉଡ଼ି ଲକ୍‌ଡାଉନ୍‌ ସମୟରେ ଅମାନିଆଙ୍କ ଉପରେ ନଜର ରଖିଛି । ପ୍ରଶାସନିକ ଗତିବିଧି, ଲୋକଙ୍କ ହାବଭାବ, ପୋଲିସର କାର୍ଯ୍ୟକଳାପ ସମେତ ଗାଁଗୁଡ଼ିକରେ ସାମାଜିକ ଦୂରତ୍ୱ କିପରି ବଜାୟ ରଖାଯାଉଛି ଏ ସମସ୍ତ ବିଷୟ ଉପରେ ନଜର ରଖିଛି ଡ୍ରୋନ୍‌ । ଉପଜିଲାପାଳ ପୀତାମ୍ବର ସାମଲ, ଭଣ୍ଡାରିପୋଖରୀ ବିଡିଓ ଉମେଶ ମଲିକଙ୍କ ସମେତ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୋଲେଖ ବେହେରା ପ୍ରମୁଖ ଉପସ୍ଥିତ ଅଛନ୍ତି। ପର୍ଯ୍ୟାୟ କ୍ରମେ ସମସ୍ତ ବ୍ଲକର କଣ୍ଟେନ୍‌ମେଣ୍ଟ୍‌ ଅଞ୍ଚଳରେ ଏହି କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri