କଣ୍ଟ ସମୟ ପୂରିଲାଣି, ସରୁନି ପ୍ରକଳ୍ପ କାର୍ଯ୍ୟ: ୬୧ ଅଧାପନ୍ତରିଆ, ୧୫ ଆରମ୍ଭ ହୋଇନି

କାମାକ୍ଷାନଗର, ୧୨ା୧୧(ଡି.ଏନ.ଏ) – ଗ୍ରାମାଞ୍ଚଳର ଜନସାଧାରଣଙ୍କ ମୌଳିକ ସମସ୍ୟାର ସମାଧାନ ଲାଗି ରାଜ୍ୟରେ ଆରମ୍ଭ ହୋଇଛି ‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମ। ରାଜ୍ୟ ସରକାର ସିଧାସଳଖ ଜନପ୍ରତିନିଧିଙ୍କ ସହ ଆଲୋଚନା କରି ପଞ୍ଚାୟତର ଆବଶ୍ୟକତାକୁ ଦେଖି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ କରିବାକୁ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ଆର୍ଥିକ ଅନୁଦାନ ବ୍ୟବସ୍ଥା ମଧ୍ୟ କରାଯାଇଛି। ହେଲେ ଆନ୍ତରିକତା ଅଭାବରୁ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକରେ ଆଗଉନି ଏହି ଯୋଜନାର ପ୍ରକଳ୍ପ କାର୍ଯ୍ୟ। ବ୍ଲକର ୨୨ ପଞ୍ଚାୟତ ପାଇଁ ମଞ୍ଜୁରୀପ୍ରାପ୍ତ ୨୨୫ ପ୍ରକଳ୍ପ ମଧ୍ୟରୁ ୬୧ଟି ଅଧାପନ୍ତରିଆ ଅବସ୍ଥାରେ ପଡ଼ିଥିବାବେଳେ ୧୫ଟିର କାମ ଏଯାଏ ଆରମ୍ଭ ହୋଇନି।
ଗ୍ରାମୀଣ ବିକାଶକୁ ଅଗ୍ରାଧିକାର ଦେଇ ୨୦୧୮ ମାର୍ଚ୍ଚ ୫ରେ ସାରା ରାଜ୍ୟରେ ଆରମ୍ଭ ହୋଇଥିଲା ‘ଆମ ଗାଁ, ଆମ ବିକାଶ’ ଯୋଜନା। ଏହିକ୍ରମରେ କାମାକ୍ଷାନଗର ବ୍ଲକର ୨୨ ପଞ୍ଚାୟତକୁ ଦୁଇଟି ପର୍ଯ୍ୟାୟରେ ୨୨୫ ପ୍ରକଳ୍ପ ମଞ୍ଜୁର କରାଯାଇଥିଲା। ଏଥିଲାଗି ମୋଟ ୫ କୋଟି ୪୨ ଲକ୍ଷ ୭୫ ହଜାର ଟଙ୍କା ବ୍ୟୟବରାଦ ହୋଇଥିଲା। ଏହି ଅନୁଦାନ ଟଙ୍କାରେ ଗୋଷ୍ଠୀଘର, ଏସ୍‌ଏଚ୍‌ଜିର ଉନ୍ନତି ଲାଗି ସହାୟକ ଗୃହ, ପୋଖରୀରୁ ପଙ୍କ ଉଦ୍ଧାର କରାଯିବାକୁ ଲକ୍ଷ୍ୟ ରଖାଯାଇଥିଲା। ୨୦୧୮ ଜୁନ୍‌ ୩୦ରେ ଦ୍ୱିତୀୟ ପର୍ଯ୍ୟାୟ ଆମ ଗାଁ, ଆମ ବିକାଶ କାର୍ଯ୍ୟକ୍ରମର ଅନୁଦାନ ଘୋଷଣା ବେଳେ କାମାକ୍ଷାନଗର ବ୍ଲକ ଅଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସିଂରେ କଥା ହୋଇଥିଲେ। ଏଥିସହ ସମସ୍ତ ପ୍ରକଳ୍ପକୁ ୬ମାସ ଭିତରେ ସାରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ଧାର୍ଯ୍ୟ ସମୟ ଅତିକ୍ରାନ୍ତ ହୋଇଯାଇଥିଲେ ମଧ୍ୟ ୧୫ ପ୍ରକଳ୍ପ କାମ ଏଯାଏ ଆରମ୍ଭ ହୋଇନାହିଁ। ସେଗୁଡ଼ିକ ମଧ୍ୟରେ ବାଇସିଙ୍ଗା ପଞ୍ଚାୟତର ୩, ବାଉଁଶପାଳ, ବାରୁଆଁ (କା), ଭଏରପୁର, କାଦୁଆ, ତୁମୁସିଙ୍ଗା ପଞ୍ଚାୟତର ୨ଟି ଲେଖାଏ, କଣ୍ଟାପାଳ ଏବଂ ମହୁଲପାଳର ଗୋଟିଏ ଲେଖାଏ ପ୍ରକଳ୍ପ ରହିଛି। ମୋଟ ୪ କୋଟି ୨୭ ଲକ୍ଷ ୧୫ ହଜାର ଟଙ୍କା ଖର୍ଚ୍ଚ ହୋଇଛି। ୬୧ପ୍ରକଳ୍ପ ଅଧପନ୍ତରିଆ ହୋଇପଡ଼ିଛି। ଜନପ୍ରତିନିଧି ଏବଂ ପ୍ରଶାସନର ଆନ୍ତରିକତା ଅଭାବରୁ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହେଉଛି। ଏଥିପ୍ରତି ଗୁରୁତ୍ୱ ଦେଇ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସମ୍ପୃକ୍ତ ପଞ୍ଚାୟତବାସୀ ଦାବି କରିଛନ୍ତି।
ଏ ନେଇ ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଫୁଲ୍ଲ ମହାରଣା କୁହନ୍ତି, କାମ ତ୍ୱରାନ୍ବିତ କରିବା ପାଇଁ ଠିକାଦାରଙ୍କୁ କୁହାଯାଉଛି। କେତେକ ସ୍ଥାନରେ ଜମି ସମସ୍ୟା ଯୋଗୁ କାମ ଅଟକିଛି। ଅନ୍ୟ ପ୍ରକଳ୍ପଗୁଡ଼ିକ ବିଳମ୍ବରେ ଆରମ୍ଭ ହୋଇଥିବାରୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ ହେବାରେ ସମସ୍ୟା ଉପୁଜିଛି। କାର୍ଯ୍ୟ ଶେଷ କରିବାକୁ ଠିକାଦାରଙ୍କୁ ଚିଠି କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri