କନିଆଁ ରୂପରେ ଆଲିଆ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ କନିଆଁ ବେଶରେ ନିଜ ପ୍ରଶଂସକଙ୍କୁ ଚମକାଇ ଦେଇଛନ୍ତି। ‘ରାଜି’ ଫିଲ୍ମର ଏହି ଅଭିନେତ୍ରୀ ଶନିବାର ଏକ ବିଜ୍ଞାପନ ଶୁଟିଂ ସେଟ୍‌ରୁ ନିଜର ଦୁଇଟି ଫଟୋକୁ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ କନିଆଁ ସାଜି ପ୍ରଶଂସକଙ୍କ ମନ ଜିଣିବାକୁ ଚେଷ୍ଟା କରିଛନ୍ତି। ଏକ ଲାଲ୍‌ ଲେହେଙ୍ଗା ପରିଧାନ କରି ଆଲିଆ ଖୁବ୍‌ ସୁନ୍ଦର ଦେଖାଯାଉଛନ୍ତି। ସେ ଏକ ରତ୍ନହାର ପିନ୍ଧିବା ସହିତ ଖୁବ୍‌ ସୁନ୍ଦର ବେଶରେ ସଜେଇ ହୋଇଛନ୍ତି। ନିଜ ଫଟୋ ତଳେ ଲେଖିଛନ୍ତି ‘କନିଆଁ ବେଶର ଅନୁଭବ’। ଆଲିଆ ସତେ ଯେମିତି କନିଆଁ ବେଶରେ ସଜେଇ ହୋଇ ବାହା ହେବାକୁ ଯାଉଥିବା ମନେହେଉଛି। ଅନେକ ସୋସିଆଲ ମିଡିଆ ୟୁଜର ‘ରଣବୀର କୀ ଦୁହ୍ଲନ୍‌’ ବୋଲି ମତାମତ ଦେଇଛନ୍ତି। ଆଉ ଜଣେ ୟୁଜର ଲେଖିଛନ୍ତି ‘ରଣବୀର ଦୁହ୍ଲନ ଲେ ଜାଏଙ୍ଗେ’।
ସୂଚନାଯୋଗ୍ୟ ଯେ, ଆଲିଆ ଭଟ ଅଭିନେତା ରଣବୀର କପୁରଙ୍କ ନିବିଡ ସମ୍ପର୍କରେ ଥିବା ଚର୍ଚ୍ଚା ହୋଇଆସୁଛି। ରଣବୀର ସିଂ ଏବଂ ଦୀପିକା ପାଦୁକୋନ୍‌ଙ୍କ ଭଳି ରଣବୀର କପୁର ଓ ଆଲିଆ ଭଟ୍ଟ ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଲେକ୍‌ କୋମୋଠାରେ ବିବାହ କରିବେ ବୋଲି ଚଳିତବର୍ଷ ପ୍ରାରମ୍ଭରେ ଖୁବ୍‌ ଚର୍ଚ୍ଚା ହେଉଥିଲା। କିନ୍ତୁ ଏକ ସାକ୍ଷାତ୍‌କାରରେ ଆଲିଆଙ୍କ ମା’ ସୋନି ରାଜଦାନ ଏହି ବିବାହକୁ ଅସ୍ବୀକାର କରିବା ସହିତ ଏହାକୁ ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri