କନିଷ୍ଠଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦଶପଲ୍ଲା,୨୪ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବିଦ୍ୟୁତ୍‌ କାର୍ଯ୍ୟାଳୟ (ଫିଡ୍‌କୋ)ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଦେବଦତ୍ତ ସ୍ବାଇଁଙ୍କ ଝୁଲନ୍ତା ମୃତଦେହ ବୁଧବାର ସେ ରହୁଥିବା ଭଡାଘରୁ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଦେବଦତ୍ତ ଓ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟରତ ଟେକ୍‌ନିସିଆନ୍‌ ଦେବେନ୍ଦ୍ର ସାହୁ ବାରପୁରିକିଆ ସ୍କୁଲ ସମ୍ମୁଖରେ ଏକ ଘର ଭଡାନେଇ ରହିଆସୁଥିଲେ। ସକାଳ ପ୍ରାୟ ୯ଟା ସମୟରେ ରୁମ୍‌ମେଟ୍‌ ସାହୁ ତାଙ୍କସହ କଥା ହୋଇ ଘରୁ ବାହାରି ଆସିଥିଲେ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟା ପର୍ଯ୍ୟନ୍ତ ଦେବଦତ୍ତ କାର୍ଯ୍ୟାଳୟକୁ ନ ଆସିବାରୁ ଅନ୍ୟ କର୍ମଚାରୀ ଫୋନ କରିଥିଲେ। ସେ ଫୋନ ରିସିଭ ନ କରିବାରୁ ରୁମ୍‌ମେଟ୍‌ ଓ ସାଥୀ କର୍ମଚାରୀ ତାଙ୍କ ଘରକୁ ଯାଇ କବାଟ ବନ୍ଦ ଥିବା ଦେଖିଥିଲେ। ସ୍କାଏ ଲାଇଟ୍‌ ଦେଇକ ଦେଖିବା ବେଳକୁ ସେ ଫ୍ୟାନରେ ଝୁଲୁଥିବା ଜଣାପଡିଥିଲା। ରୁମମେଟ୍‌ ସାହୁ ଦଶପଲ୍ଲା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଓ ମାଜିଷ୍ଟ୍ରେଟ ତଥା ତହସିଲଦାର ପ୍ରମୋଦ କୁମାର ଦଳବେହେରା ପହଞ୍ଚତ୍ କବାଟ ଭାଙ୍ଗି ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରିଥିଲେ। ଏ ନେଇ ଥାନାରେ ୩୦/୧୯ରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୋବାଇଲ ଫୋନ ଓ ଅନ୍ୟାନ୍ୟ କିଛି ସାମଗ୍ରୀ ଜବତ କରି ପୋଲିସ ଘଟଣାର ତଦନ୍ତ ଚଳାଇଛି। ଦେବଦତ୍ତଙ୍କ ଘର ଯାଜପୁର ଜିଲା ଚଣ୍ଡୀଖୋଲର ପଦ୍ମଲାଭପୁର ଗ୍ରାମରେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri