କନିଷ୍ଠ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୭ା୭- ଏକ ଲାଞ୍ଚ ମାମଲାର ବିଚାର କରି ଶନିବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୨୫ ହଜାର ଟଙ୍କା ଜରିମାନା କରିଛନ୍ତିି । ଏହା ଅନାଦାୟ ହେଲେ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତ ହେଲେ କନ୍ଧମାଳ ଜିଲା କ୍ଷୁଦ୍ର ଜଳସେଚନ ବିଭାଗ ଜି.ଉଦୟଗିରି ସେକ୍ସନ ଦାୟିତ୍ୱରେ ଥିବା ତତ୍କାଳୀନ କନିଷ୍ଠ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ସିଂ । ସେହିପରି ଘଟଣାରେ ମିଥ୍ୟା ସାକ୍ଷ୍ୟ ପ୍ରଦାନକାରୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ମଧ୍ୟ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତିି ।
୨୦୧୬ ରେ ଜି.ଉଦୟଗିରି ବ୍ଲକ କାକଲବାକିରେ କ୍ଷୁଦ୍ର ଜଳସେଚନ ବିଭାଗର ୧୨ ଲକ୍ଷ ଟଙ୍କାର ଏକ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପାଇଁ ଭଞ୍ଜନଗର ଲଣ୍ଡେଇସାହିର ଅକ୍ଷୟ କୁମାର ବେହେରା ଟେଣ୍ଡର ପାଇଥିଲେ ା ହେଲେ ତାଙ୍କଠାରୁ ଏହି କାମକୁ ପାୱାର ଅଫ୍‌ ଆଟର୍ଣ୍ଣି ଜରିଆରେ ନେଇ ଭେଜିପୁଟ ଅଞ୍ଚଳର ବସନ୍ତ ବିଷୋୟୀ କାମ କରିଥିଲେ ା କାମ ସରିବା ମଧ୍ୟରେ ୩ଟି ପର୍ଯ୍ୟାୟରେ ବିଲ ମିଳିଥିଲା। ଫାଇନାଲ ବିଲ୍‌ ପାଇଁ ବସନ୍ତ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ପ୍ରକାଶଙ୍କୁ ଜୁନ ୨୯ତାରିଖରେ ଭେଟିଥିଲେ। ବିଲ କରିଦେବା ପାଇଁ ଯନ୍ତ୍ରୀ ସିଂ ବସନ୍ତଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ା ଏତେ ଟଙ୍କା ଦେବାରେ ଅସମର୍ଥ ବୋଲି କହିବାରୁ ଯନ୍ତ୍ରୀ ତାଙ୍କ କଥା ଶୁଣି ନ ଥିଲେ ା ବସନ୍ତ ପୁଣି ଯନ୍ତ୍ରୀଙ୍କ ଭଡାଘରକୁ ଯାଇ ତାଙ୍କୁ ବିଲ କରିବାକୁ ଅନୁରୋଧ କରି ନିରାଶ ହୋଇଥିଲେ ା ସେ ବାଧ୍ୟ ହୋଇ ଜୁଲାଇ ୫ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ଯୋଜନା ଅନୁସାରେ ବସନ୍ତ ୬ ତାରିଖରେ କନିଷ୍ଠ ଯନ୍ତ୍ରୀ ରହୁଥିବା ଭଡା ଘରେ ପହଞ୍ଚି ତାଙ୍କୁ ୨୫ ହଜାର ଦେଇଥିଲେ ା ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ବିଭାଗ କର୍ମଚାରୀ ଚଢ଼ାଉ କରି ପ୍ରକାଶଙ୍କ ପାଖରୁ ଟଙ୍କା ଜବତ କରି ଗିରଫ କରିବା ସହ କୋର୍ଟ ଚାଲାଣ କରିଥିଲେ। ଏ ନେଇ ଭିଜିଲାନ୍ସରେ ନଂ.୩୭/୧୬ରେ ମାମଲା ରୁଜୁ ହୋଇଥିଲା। ମାମଲାର ବିଚାର କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି ା ହେଲେ ବିଚାରପତି ମାମଲାର ଅଭିଯୋଗକାରୀ ବସନ୍ତ ବିଷୋୟୀଙ୍କ ବିରୋଧରେ ମଧ୍ୟ ମିଥ୍ୟା ସାକ୍ଷ୍ୟ ପ୍ରଦାନ କରିବା ଅଭିଯୋଗରେ ଆଉ ଏକ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri