କନିଷ୍ଠ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୭ା୭- ଏକ ଲାଞ୍ଚ ମାମଲାର ବିଚାର କରି ଶନିବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୨୫ ହଜାର ଟଙ୍କା ଜରିମାନା କରିଛନ୍ତିି । ଏହା ଅନାଦାୟ ହେଲେ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତ ହେଲେ କନ୍ଧମାଳ ଜିଲା କ୍ଷୁଦ୍ର ଜଳସେଚନ ବିଭାଗ ଜି.ଉଦୟଗିରି ସେକ୍ସନ ଦାୟିତ୍ୱରେ ଥିବା ତତ୍କାଳୀନ କନିଷ୍ଠ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ସିଂ । ସେହିପରି ଘଟଣାରେ ମିଥ୍ୟା ସାକ୍ଷ୍ୟ ପ୍ରଦାନକାରୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ମଧ୍ୟ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତିି ।
୨୦୧୬ ରେ ଜି.ଉଦୟଗିରି ବ୍ଲକ କାକଲବାକିରେ କ୍ଷୁଦ୍ର ଜଳସେଚନ ବିଭାଗର ୧୨ ଲକ୍ଷ ଟଙ୍କାର ଏକ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପାଇଁ ଭଞ୍ଜନଗର ଲଣ୍ଡେଇସାହିର ଅକ୍ଷୟ କୁମାର ବେହେରା ଟେଣ୍ଡର ପାଇଥିଲେ ା ହେଲେ ତାଙ୍କଠାରୁ ଏହି କାମକୁ ପାୱାର ଅଫ୍‌ ଆଟର୍ଣ୍ଣି ଜରିଆରେ ନେଇ ଭେଜିପୁଟ ଅଞ୍ଚଳର ବସନ୍ତ ବିଷୋୟୀ କାମ କରିଥିଲେ ା କାମ ସରିବା ମଧ୍ୟରେ ୩ଟି ପର୍ଯ୍ୟାୟରେ ବିଲ ମିଳିଥିଲା। ଫାଇନାଲ ବିଲ୍‌ ପାଇଁ ବସନ୍ତ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ପ୍ରକାଶଙ୍କୁ ଜୁନ ୨୯ତାରିଖରେ ଭେଟିଥିଲେ। ବିଲ କରିଦେବା ପାଇଁ ଯନ୍ତ୍ରୀ ସିଂ ବସନ୍ତଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ା ଏତେ ଟଙ୍କା ଦେବାରେ ଅସମର୍ଥ ବୋଲି କହିବାରୁ ଯନ୍ତ୍ରୀ ତାଙ୍କ କଥା ଶୁଣି ନ ଥିଲେ ା ବସନ୍ତ ପୁଣି ଯନ୍ତ୍ରୀଙ୍କ ଭଡାଘରକୁ ଯାଇ ତାଙ୍କୁ ବିଲ କରିବାକୁ ଅନୁରୋଧ କରି ନିରାଶ ହୋଇଥିଲେ ା ସେ ବାଧ୍ୟ ହୋଇ ଜୁଲାଇ ୫ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ଯୋଜନା ଅନୁସାରେ ବସନ୍ତ ୬ ତାରିଖରେ କନିଷ୍ଠ ଯନ୍ତ୍ରୀ ରହୁଥିବା ଭଡା ଘରେ ପହଞ୍ଚି ତାଙ୍କୁ ୨୫ ହଜାର ଦେଇଥିଲେ ା ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ବିଭାଗ କର୍ମଚାରୀ ଚଢ଼ାଉ କରି ପ୍ରକାଶଙ୍କ ପାଖରୁ ଟଙ୍କା ଜବତ କରି ଗିରଫ କରିବା ସହ କୋର୍ଟ ଚାଲାଣ କରିଥିଲେ। ଏ ନେଇ ଭିଜିଲାନ୍ସରେ ନଂ.୩୭/୧୬ରେ ମାମଲା ରୁଜୁ ହୋଇଥିଲା। ମାମଲାର ବିଚାର କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି ା ହେଲେ ବିଚାରପତି ମାମଲାର ଅଭିଯୋଗକାରୀ ବସନ୍ତ ବିଷୋୟୀଙ୍କ ବିରୋଧରେ ମଧ୍ୟ ମିଥ୍ୟା ସାକ୍ଷ୍ୟ ପ୍ରଦାନ କରିବା ଅଭିଯୋଗରେ ଆଉ ଏକ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri