କନିଷ୍ଠ ଯନ୍ତ୍ରୀ-ଜିଲା ପରିଷଦ ସଭ୍ୟ ହାତାହାତି: ଥାନାରେ ମାମଲା

ବରୀ,୧୬ା୩(ଡି.ଏନ୍‌.ଏ.): ଉନ୍ନୟନ କାର୍ଯ୍ୟକୁ ନେଇ ଯାଜପୁର ଜିଲା ବରୀ ବ୍ଲକ୍‌ରେ ବିଭିନ୍ନ ସମୟରେ ବିଶୃଙ୍ଖଳା ସୃଷ୍ଟି ହେଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ବିପ୍ଲବ ପରିଜା ଏବଂ ୨୨ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟଙ୍କ ମଧ୍ୟରେ ହାତାହାତି ହୋଇଛି। ଏନେଇ କନିଷ୍ଠ ଯନ୍ତ୍ରୀ ଏବଂ ଜିଲାପରିଷଦ ସଭ୍ୟ ବରୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ସୂଚନା ମୁତାବକ, ମହାକାଳପଡ଼ା ପଞ୍ଚାୟତରେ ଏକ ଖଳା ନିର୍ମାଣରେ ନିମ୍ନମାନର କାର୍ଯ୍ୟ ହେଉଥିବା ଅଭିଯୋଗ ହୋଇଥିଲା। ଏନେଇ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଘଟଣାସ୍ଥଳକୁ ଆସିଥିଲେ। କାର୍ଯ୍ୟ ନିମ୍ନମାନର ହେଉଥିବା ଯୋଗୁ ଦାୟିତ୍ୱରେ ଥିବା ଠିକାଦାରଙ୍କୁ ସଠିକ୍‌ କାର୍ଯ୍ୟ ନ ହେଲେ ବିଲ୍‌ କରିବେ ନାହିଁ ବୋଲି ରୋକ୍‌ଠୋକ୍‌ ଶୁଣାଇ ଦେଇଥିଲେ। ପରବର୍ତ୍ତୀ ଅବସ୍ଥାରେ ୨୨ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟ ଘଟଣାସ୍ଥଳରେ ପହଞ୍ଚିବା ପରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।

ଅଭିଯୋଗ ମୁତାବକ, କନିଷ୍ଠ ଯନ୍ତ୍ରୀ ଜିଲାପରିଷଦ ସଭ୍ୟଙ୍କୁ ଗାଳି ଗୁଲଜ କରିବା ଯୋଗୁ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉଭୟଙ୍କ ମଧ୍ୟରେ ହାତାହାତି ହେବା ପରେ କେତେକ ଲୋକ କନିଷ୍ଠ ଯନ୍ତ୍ରୀଙ୍କୁ ମାରଧର କରି ଘଟଣାସ୍ଥଳରୁ ଉଠାଇ ନେଇ ଏକ କୋଠରୀରେ ଅଟକ ରଖିଥିଲେ। ବ୍ଲକ ପ୍ରଶାସନଠାରୁ ଖବର ପାଇ ବରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି କନିଷ୍ଠ ଯନ୍ତ୍ରୀ ବିପ୍ଲବ ପରିଜାଙ୍କୁ ଉଦ୍ଧାର କରିବା ସହ ଥାନାରେ ରଖିଥିବା ସୂଚନା ମିଳିଛି। ଅପରପକ୍ଷେ ୨୨ ନମ୍ବର ଜିଲା ପରିଷଦସଭ୍ୟ ଦିଲୀପ ମହାନ୍ତି କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବବ୍ୟବାର ଏବଂ ତାଙ୍କୁ ଆକ୍ରମଣ କରିଥିବା ଘଟଣାକୁ ନେଇ ବରୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ କନିଷ୍ଠ ଯନ୍ତ୍ରୀ ପରିଜା ନିମ୍ନମାନର କାର୍ଯ୍ୟ ତଦାରଖ କରିବା ସମୟରେ ଜିଲା ପରିଷଦ ସଭ୍ୟ ଓ ତାଙ୍କ ସମର୍ଥକ ତାଙ୍କୁ ଆକ୍ରମଣ କରିଥିବା ଲିଖିତ ଅଭିଯୋଗ କରିଛନ୍ତି। ଖବର ଲେଖା ହେଲା ପର୍ଯ୍ୟନ୍ତ କନିଷ୍ଠ ଯନ୍ତ୍ରୀ ପରିଜା ଓ ଜିଲାପରିଷଦ ସଭ୍ୟ ମହାନ୍ତି ଥାନାରେ ଥିବା ସୂଚନା ମିଳିଛି।

ଏନେଇ ବରୀ ଥାନା ଅଧିକାରୀ ମନୋଜ କୁମାର ସ୍ବାଇଁଙ୍କୁ ପଚାରିବାରୁ ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ କରୁଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri