କନ୍ଦଳକୁ ନେଇ ଚର୍ଚ୍ଚାରେ କଂଗ୍ରେସ

ଭୁବନେଶ୍ୱର,୧୭-୯(ବ୍ୟୁରୋ): କିଛିଦିନ ହେବା ନିଷ୍କ୍ରିୟ ହୋଇପଡିଥିବା କଂଗ୍ରେସ ପୁଣିଥରେ ଦଳୀୟ କନ୍ଦଳକୁ ନେଇ ଚର୍ଚ୍ଚାକୁ ଆସିଯାଇଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ମନ୍ତବ୍ୟ ରଖିବା ଯୋଗୁ ରବିବାର ଇତିଶ ପ୍ରଧାନଙ୍କୁ ଏନ୍‌ଏସୟୁଆଇ ଓଡିଶା ଇନ୍‌ଚାର୍ଜ ମୋଥା ରୋହିତ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରିଛନ୍ତି। ଅନ୍ୟପଟେ ନିଲମ୍ବନ ଆଦେଶ ମିଳିବାପରେ ଇତିଶ ପୁଣିଥରେ ନିରଞ୍ଜନଙ୍କ ଉପରେ ବର୍ଷିଛନ୍ତି। ସେ ଯୁଆଡେ ଯିବେ ତାଙ୍କୁ ଅଣ୍ଡା ମାଡ଼ କରାଯିବ ବୋଲି ଇତିଶ କହିଛନ୍ତି। ଅନ୍ୟପଟେ ଏଆଇସିସି ସଦସ୍ୟ ମନୀଷା ତ୍ରିପାଠୀ ସୋମବାର ରାଜ୍ୟ କାର୍ଯ୍ୟାଳୟ ଠାରେ ଖବରଦାତା ସମ୍ମିଳନୀ କରି କହିଛନ୍ତି, ଦଳୀୟ ବିଶୃଙ୍ଖଳାକୁ ଆଧାର କରି ନିଖିଳ ଭାରତ ଛାତ୍ର କଂଗ୍ରେସ ଓଡ଼ିଶା ପ୍ରଭାରୀ ଇତିଶଙ୍କୁ ନିଲମ୍ବନ କରିଛନ୍ତି। ଇତିଶ ନିରଞ୍ଜନଙ୍କ ଚରିତ୍ର ଉପରେ କଟୁ ସମାଲୋଚନା ଓ ବିଭିନ୍ନ ଅଭଦ୍ରୋଚିତ ଭାଷା ପ୍ରୟୋଗ କରିଥିଲେ। ଏନେଇ ଏଆଇସିସି ନିକଟରେ ଅଭିଯୋଗ କରାଯିବ। ଇତିଶଙ୍କୁ ୬ବର୍ଷ ପାଇଁ ବହିଷ୍କାର କରିବାକୁ ଦାବି କରିବୁ। ଏହାସହ ସେମାନେ କ୍ୟାପିଟାଲ ଥାନାରେ ଇତିଶଙ୍କୁ ଗିରଫ କରିବା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri